Home ଜିଲ୍ଲା ପରିକ୍ରମା ତିହିଡ଼ି ଜନ ଶୁଣାଣି ଶିବିରରେ ୯୮ଟି ଅଭିଯୋଗ

ତିହିଡ଼ି ଜନ ଶୁଣାଣି ଶିବିରରେ ୯୮ଟି ଅଭିଯୋଗ

30

ଭଦ୍ରକ, ୧୩ା୬ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଜିଲ୍ଲାପାଳ ଓ ଏସ୍‌.ପି.ଙ୍କ ମିଳିତ ଜନଶୁଣାଣି ଶିବିର ଆୟୋଜନ ନେଇ ଜିଲ୍ଲା କାର୍ଯ୍ୟାଳୟ ଦ୍ୱାରା ପ୍ରସ୍ତୁତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ତିହିଡ଼ି ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ଶାନ୍ତନୁ କୁମାର ମହାନ୍ତି ଏହି ଶିବିରରେ ଯୋଗଦେଇ ସମୁଦାୟ ୯୮ଟି ଅଭିଯୋଗର ଶୁଣାଣି କରିଥିଲେ। ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ, ଉପ-ଜିଲ୍ଲାପାଳ ମନୋଜ ପାତ୍ର, ଅତିରିକ୍ତ ଏସ୍‌.ପି. ବିଜୟ ରଞ୍ଜନ କେରକେଟା, ତିହିଡ଼ି ପଞ୍ଚାୟତ ସମିତି ଅଧ୍ୟକ୍ଷ ଅବନ୍ତୀ ଦାସ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ସନ୍ତୋଷ କୁମାର ପାତ୍ର, ବି.ଡ଼ି.ଓ ବସନ୍ତ କୁମାର ସାହାଣୀ, ଅତିରିକ୍ତ ତହସିଲଦାର ଅଙ୍କିତା ମହାନ୍ତି, ସହକାରୀ ଜିଲ୍ଲାପାଳ ବସନ୍ତ କୁମାର ଲେଙ୍କା ପ୍ରମୁଖ ଏହି ଶିବିରରେ ଯୋଗ ଦେଇ ଏହି ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ। ସମୁଦାୟ ଅଭିଯୋଗ ମଧ୍ୟରେ ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ୮୭ଟି ସାମୂହିକ ୧୧ଟି ଥିଲା। ଧାମନଗର ବ୍ଲକ ନଦୀଗାଁ ପଞ୍ଚାୟତର ଜନୈକ ଆବେଦନକାରୀଙ୍କୁ ଚିକିତ୍ସା ସହାୟତା ଲାଗି ରେଡ଼କ୍ରସ୍‌ରୁ ୧୦ ହଜାର ଟଙ୍କା ମଞ୍ଜୁର କରାଯାଇଥିଲା। ଆଗତ ଅଭିଯୋଗ ମଧ୍ୟରେ ଗୃହ ନିର୍ମାଣ ସହାୟତା, ସାମାଜିକ ସୁରକ୍ଷା ଯୋଜନାରେ ବିଧବା ଓ ବାର୍ଦ୍ଧକ୍ୟ ଭତ୍ତା ସହ ପଟ୍ଟା ସଂଶୋଧନ ଆଦି ଅନେକ ଗୁରୁତ୍ୱପୂର୍ଣ୍ଣ ଅଭିଯୋଗ ସବୁର ଶୁଣାଣି କରାଯାଇ ଯଥାଶୀଘ୍ର ସମାଧାନ ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ପ୍ରଦାନ କରାଯାଇଥିଲା। ପରବର୍ତ୍ତୀ ଜନ ଶୁଣାଣି ଶିବିର ଜୁନ ୨୦ ସୋମବାର ଦିନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.