Home ଜିଲ୍ଲା ପରିକ୍ରମା ତିହିଡ଼ି ବ୍ଲକ୍‌ର ମିଳିତ ଜନ ଶୁଣାଣି ଶିବିର

ତିହିଡ଼ି ବ୍ଲକ୍‌ର ମିଳିତ ଜନ ଶୁଣାଣି ଶିବିର

6

ଭଦ୍ରକ, ୧୨ା୨ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଭଦ୍ରକ ଜିଲ୍ଲାପାଳ ଓ ଏସ୍‌.ପି. ଯୁଗ୍ମ ଜନାଭିଯୋଗ ଶୁଣାଣି ଶିବିର ତିହିଡ଼ି ବ୍ଲକ୍‌ରେ ଅନୁଷ୍ଠିତ ହୋଇଯାଇଛି । ଭଦ୍ରକ ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ଓ ଏସ୍‌.ପି. ବରୁଣ ଗୁଣ୍ଟୁପାଲି ଏହି ଶିବିରରେ ଯୋଗ ଦେଇ ସମୁଦାୟ ୫୪ଟି ଅଭିଯୋଗର ଶୁଣାଣି କରିଛନ୍ତି । ସେଥି ମଧ୍ୟରେ ୪୯ଟି ବ୍ୟକ୍ତିଗତ ଓ ୫ ଟି ସାମୂହିକ ସମସ୍ୟା ସମ୍ବନ୍ଧୀୟ ଅଭିଯୋଗ ଥିଲା । ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସରୋଜ କୁମାର ଦତ୍ତ, ଉପଜିଲ୍ଲାପାଳ ମନୋଜ ପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ା. ସନ୍ତୋଷ କୁମାର ପାତ୍ର, ତିହିଡ଼ି ବ୍ଲକ ଅଧ୍ୟକ୍ଷା ଅବନ୍ତୀ ଦାସ, ବି.ଡ଼ି.ଓ. ଜ୍ୟୋତିର୍ମୟ କର, ତହସିଲଦାର ଦେବୀ ପ୍ରସନ୍ନ ସାରସ୍ୱତ ଡ଼େପୁଟି କଲେକ୍ଟର ତନ୍ମୟ କୁମାର ଜେନା ପ୍ରମୁଖ ଏହି ଶିବିରରେ ଯୋଗ ଦେଇ ଶୁଣାଣି କାର୍ଯ୍ୟରେ ଜିଲ୍ଲାପାଳଙ୍କୁ ସହଯୋଗ କରିଥିଲେ । ଜିଲ୍ଲାସ୍ତରୀୟ ଓ ଉକ୍ତ ବ୍ଲକ୍‌ସ୍ତରୀୟ ବିଭାଗୀୟ ଅଧିକାରୀମାନେ ମଧ୍ୟ ଏହି ଶିବିରରେ ଉପସ୍ଥିତ ରହି ଅଭିଯୋଗ ସମାଧାନ ପାଇଁ ଜିଲ୍ଲାପାଳଙ୍କ ଆବଶ୍ୟକ ମତେ ତଥ୍ୟ ଉପସ୍ଥାପନ କରିଥିଲେ । ବିଭିନ୍ନ ବିଭାଗ ସମ୍ବନ୍ଧୀୟ ଆଗତ ଅଭିଯୋଗ ଗୁଡ଼ିକର ଆଶୁ ସମାଧାନ ପାଇଁ ଶିବିରରେ ଉପସ୍ଥିତ ସଂପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ପ୍ରଦାନ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.