Home କଳାହାଣ୍ଡି ତୁଳାପଡା ଠାରେ କଳାହାଣ୍ଡି ଜିଲ୍ଲା ପୋଲିସ ଆନୁକୂଲ୍ୟରେ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର

ତୁଳାପଡା ଠାରେ କଳାହାଣ୍ଡି ଜିଲ୍ଲା ପୋଲିସ ଆନୁକୂଲ୍ୟରେ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର

105

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଆନୁକୂଲ୍ୟରେ ଆଜି ତୁଳାପଡା କେନ୍ଦ୍ର ପ୍ରାଥମିକ ବିଦ୍ୟାଳୟ ଠାରେ ଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ‘ମୋ ସରକାର’ ଯୋଜନା ମାଧ୍ୟମରେ ହେଉଥିବା ଏହି ରକ୍ତ ଦାନ ଶିବିରରେ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ମନୋଜ କୁମାର ମହାନ୍ତ, ନର୍ଲା ଥାନା ଏସ ଆଇ ସଞ୍ଜୟ ମଲ୍ଲିକ, ନର୍ଲା ଥାନା କର୍ମଚାରୀ ଏବଂ ନେହେରୁ ଯୁବ କେନ୍ଦ୍ର ସଂଗଠନ, ସୋସିଆଲ ଆକ୍ଟିଭିଷ୍ଟ ଅଫ କଳାହାଣ୍ଡି, ମା ପଝରାଣୀ ସାଂସ୍କୃତିକ ଅନୁଷ୍ଠାନ, ତୁଳାପଡାର କର୍ମକର୍ତ୍ତା ତଥା ସ୍ଥାନୀୟ ସ୍ଵେଚ୍ଛାସେବୀ ପ୍ରମୁଖ ଉପସ୍ଥିତ ଥିଲେ ଓ ଶିବିରରେ COVID-19 କଟକଣା ଦୃଷ୍ଟିରୁ ସାମାଜିକ ଦୂରତା ବଜାୟ ରଖାଯାଇ ଥିଲା।
ଏହି ରକ୍ତଦାନ ଶିବିରରେ ୫୨ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି। ଏହି ଶିବିରରେ ନେହରୁ ଯୁବକେନ୍ଦ୍ର ଜାତୀୟ ଯୁବ ସ୍ବେଛାସେବୀ ମିଳନ କୁମାର ଭୋଇ, ହେମସାଗର ସାହୁ , ସୋସିଆଲ ଆକ୍ଟିଭିଷ୍ଟ ଅଫ କଳାହାଣ୍ଡି ନର୍ଲା ବ୍ଲକ ଉପ ସଭାପତି ନରେଶ କୁମାର ନାଏକ, ମା ପଝରାଣୀ ସଂସ୍କୃତିକ ଅନୁଷ୍ଠାନର ସଭାପତି ମଦନ ମୋହନ ନାୟକ,ଏସ ଏ କେ ର ବ୍ଲକ ସଭାପତି ମିଲନ ଭୋଇ, ସମେତ ନର୍ଲା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ସଞ୍ଜୟ ନାୟକ, ଭବାନୀପାଟଣା ରକ୍ତ ଭଣ୍ଡାର କର୍ମଚାରୀ ପ୍ରମୁଖ ପରିଚାଳନା ରେ ସହଯୋଗ କରିଥିଲେ। ଏହି ଶିବିରରେ ଉପରୋକ୍ତ ସଂଗଠନର ସ୍ଵେଚ୍ଛାସେବୀ ତଥା ତୁଳାପଡା ଓ ବାଲିପଡା ପଞ୍ଚାୟତ ତଥା ପାଖା ପାଖି ଅଂଚଳ ର ବାସିନ୍ଦା ମାନେ ଯୋଗଦେଇ ରକ୍ତଦାନ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.