Home Top News ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପଛୁଆ ବର୍ଗଙ୍କୁ ସଂରକ୍ଷଣ ତାଲିକାରୁ ବାଦ ଦିଆଯାଇଥିବା ପ୍ରତିବାଦରେ ଆଜି କଳାହାଣ୍ଡି...

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପଛୁଆ ବର୍ଗଙ୍କୁ ସଂରକ୍ଷଣ ତାଲିକାରୁ ବାଦ ଦିଆଯାଇଥିବା ପ୍ରତିବାଦରେ ଆଜି କଳାହାଣ୍ଡି ବନ୍ଦ ଡାକରା

47

କଳାହାଣ୍ଡି ୨୫-୧୦ (ଓଡ଼ିଆ ପୁଅ) ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ ଡାକରା। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପଛୁଆ ବର୍ଗଙ୍କୁ ସଂରକ୍ଷଣ ତାଲିକାରୁ ବାଦ ଦିଆଯାଇଥିବା ପ୍ରତିବାଦରେ ଆଜି ଜିଲ୍ଲାକୁ ସମ୍ପୂର୍ଣ୍ଣ ବନ୍ଦ ଡାକରା ଦେଇଛି ପଛୁଆ ବର୍ଗ ଜାତି ସମୂହ।

ରାଜ୍ୟ ସରକାର ପଛୁଆ ବର୍ଗଙ୍କୁ ସାମ୍ବିଧାନିକ ଅଧିକାର, ଶିକ୍ଷା, ଚାକିରି ଓ ରାଜନୀତି ସଂରକ୍ଷଣରୁ ଉଚ୍ଛେଦ କରାଯାଇଥିବାରୁ ଏହାକୁ ବିରୋଧ କରି ବନ୍ଦ ଡାକରା ଦିଆଯାଇଛି।

ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ପଛୁଆ ବର୍ଗ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ପଞ୍ଚାୟତ ନିର୍ବାଚନରେ ପଛୁଆ ବର୍ଗଙ୍କ ୨୭ ପ୍ରତିଶତ ସଂରକ୍ଷଣ ଦାବିରେ ଆଜି ପ୍ରଦର୍ଶନ କରାଯିବ। ଦୋକାନବଜାର, ଗାଡ଼ିମୋଟର, ସରକାରୀ, ବେସରକାରୀ ଅନୁଷ୍ଠାନ ଏହି ପରିପ୍ରେକ୍ଷୀରେ ବନ୍ଦ ରହିବ।

ବନ୍ଦ ସମୟରେ ସମସ୍ତ ଜରୁରୀକାଳୀନ ଦୋକାନ ଓ ଯାନବାହନକୁ ବାଦ ଦିଆଯିବା ନେଇ ଗତକାଲି ପଛୁଆ ବର୍ଗ ଜାତି ସମୂହ ପକ୍ଷରୁ ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.