Odiapua.com

ଦତ୍ତମହାପାତ୍ର ସେବାୟତଙ୍କ ଦ୍ୱାରା ଖଡି ପ୍ରସାଦ ବିଜେ ରୀତି

ପୁରୀ ୨୭-୬ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ଅନବସରର ଚତୁର୍ଦ୍ଦଶୀ ତିଥିରେ ଦତ୍ତମହାପାତ୍ର ସେବାୟତଙ୍କ ଦ୍ୱାରା ଖଡି ପ୍ରସାଦ ବିଜେ ହୋଇଯାଇଥିବା ବେଳେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ମଧ୍ୟ ଅନୁଷ୍ଠିତ ହୋଇଥାଏ। ଘଣ୍ଟ, ଛତା, କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡ଼ିପ୍ରସାଦ ବିଜେ କରାଯାଇଥାଏ। ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବକମାନେ ରୂପା ଥାଳିରେ ଆଣି ଗଜପତି ମହାରାଜାଙ୍କୁ ପ୍ରସାଦ ଅର୍ପଣ କରିଥାନ୍ତି। ଏହାପରେ ଦତ୍ତମହାପାତ୍ର ସେବାୟତଙ୍କ ଦ୍ୱାରା ହିଙ୍ଗୁଳ, ହରିତାଳ, କେଶର, କସ୍ତୁରୀ, ଧଳା ଓ କଳା ରଙ୍ଗ ବ୍ୟବହାର କରି ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି କରାଯାଇଥାଏ। ତେବେ ବୁଧବାର ମହାପ୍ରଭୁ ନବଯୌବନ ରୂପରେ ଭକ୍ତଙ୍କୁ ଦର୍ଶନ ଦେବେ। ସେପଟେ ତିନିଦିନ ପରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ତିନି ରଥର ନିର୍ମାଣ କାର୍ଯ୍ୟ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।