Home Coronavirus Outbreak ଦିନକରେ ୪୨ ପଜିଟିଭ୍ ଚିହ୍ନଟ: ଜିଲ୍ଲାର କରୋନା ସଂକ୍ରମିତ ସଂଖ୍ୟା ୮୭୨୬କୁ ବୃଦ୍ଧି

ଦିନକରେ ୪୨ ପଜିଟିଭ୍ ଚିହ୍ନଟ: ଜିଲ୍ଲାର କରୋନା ସଂକ୍ରମିତ ସଂଖ୍ୟା ୮୭୨୬କୁ ବୃଦ୍ଧି

65

ବାଲେଶ୍ୱର,୧୨ା୧୦(ଓଡ଼ିଆ ପୁଅ/ଅଭୟ ଦାସ): ସାମ୍ପ୍ରତିକ ସ୍ଥିତିରେ ବଢ଼ି ଚାଲିଥିବା କରୋନା ସଂକ୍ରମଣ ସମଗ୍ର ବିଶ୍ୱ ପାଇଁ ବିପଦମୟ ସ୍ଥିତି ସୃଷ୍ଟି କରିଛି। ଭାରତ ଭଳି ଜନବହୁଳ ରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୧ଲକ୍ଷ ଅତିକ୍ରମ କରିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ୧ଲକ୍ଷ ୯ହଜାର ଟପିଛି। ସେହିଭଳି ଓଡ଼ିଶାରେ ଆଜି ଗୋଟିଏ ଦିନରେ ୨୪୨୩ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଅଦ୍ୟାବଧି ରାଜ୍ୟର କରୋନା ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ୫୪ହଜାର ୬୬୨ ଛୁଇଁଛିି। ଅନ୍ୟପକ୍ଷରେ ଆଜି ୧୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅଦ୍ୟାବଧି ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୪୦ରେ ପହଞ୍ଚିଛି। ତେବେ ରାଜ୍ୟର ଅନ୍ୟାନ୍ୟ ଜିଲ୍ଲା ତୁଳନାରେ ବାଲେଶ୍ୱରର କରୋନା ସଂକ୍ରମଣ ଉଦବେଗ ଜନକ ସ୍ଥିତିକୁ ଯାଉଥିବା ଲକ୍ଷ୍ୟ କରାଯାଇଛି। ଆଜି ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ମୋଟ ୪୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଅଦ୍ୟାବଧି ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୮୭୨୬ରେ ପହଞ୍ଚିଛି। ଏବେ ସୁଦ୍ଧା ଜିଲ୍ଲାରେ ୭୮୫୩ଜଣ କରୋନା ରୋଗୀ ସୁସ୍ଥ ହୋଇଥିବା ହୋଇଥିବା ବେଳେ ଏକ୍ଟିଭ୍ ଥିବା ୮୧୦ ଜଣ କରୋନା ଆକ୍ରାନ୍ତ କୋଭିଡ୍ ହସ୍ପିଟାଲ, କୋଭିଡ୍ କେୟାର ସେଣ୍ଟର ସହ ହୋମ ଆଇସୋଲେସନରେ ରହି ଚିକିତ୍ସିତ ହେଉଛନ୍ତି। ଅନ୍ୟପକ୍ଷରେ ଗତକାଲି ଭଳି ଆଜି ଆଜି ମଧ୍ୟ ବାଲେଶ୍ୱର ଜିଲ୍ଲାର ୩ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଅନ୍ୟାନ୍ୟ ରୋଗରେ ପୀଡ଼ିତ ଥାଇ କରୋନା ଆକ୍ରାନ୍ତ ହୋଇଥିବା ବାଲେଶ୍ୱର ଜିଲ୍ଲାର ଜଣେ ୫୫ବର୍ଷର ମହିଳାଙ୍କ ସମେତ ୬୦ ଓ ୬୫ ବର୍ଷର ୨ ଜଣ ପୁରୁଷଙ୍କର କରୋନାରେ ମୃତ୍ୟୁ ହୋଇଥିବା ସରକାରୀ ସୂତ୍ରରୁ ପ୍ରକାଶ। ଅଦ୍ୟାବଧି ଜିଲ୍ଲାର କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୮ରେ ପହଞ୍ଚିଛି। ତେବେ ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସମସ୍ତ ପ୍ରକାର ସତର୍କତା ଅବଲମ୍ବନ ପାଇଁ ଜିଲ୍ଲାବାସୀଙ୍କୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.