Home ଜିଲ୍ଲା ପରିକ୍ରମା ଦିବ୍ୟାଙ୍ଗ ଛାତ୍ର ଛାତ୍ରୀଙ୍କୁ ତାଲିମ ପ୍ରଦାନ

ଦିବ୍ୟାଙ୍ଗ ଛାତ୍ର ଛାତ୍ରୀଙ୍କୁ ତାଲିମ ପ୍ରଦାନ

29

ଭଦ୍ରକ, ୨ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ପାଳସାହି ପଂଚାୟତର ବେତଳିଗାଁ ସ୍ଥିତ ବାପୁଜି ସରକାରୀ ନୋଡ଼ାଲ ଉଚ୍ଚ ବିଦ୍ୟାଳୟ ପରିସରରେ ଦିବ୍ୟାଙ୍ଗ ଛାତ୍ର ଛଶତ୍ରୀଙ୍କ ଅବିଭାବକ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଏକ ଦିବସିୟ ତାଲିମ ଶିବିର ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷୟତ୍ରୀ ସୁଜାତା ଦାସ ପ୍ରଦୀପପ୍ରଜ୍ୱଳନ କରି ଉଦ୍‌ଘାଟନ କରିଥିଲେ । ଆରପି ଭାବେ ବିପ୍ର ଚରଣ ଦଳାଇ, ଆରସିଆଇ ଶିକ୍ଷକ ମନୋଜ କୁମାର ଜେନା, ରଘୁନାଥ ସ୍ୱାଇଁ, ବିଶମ୍ବର ମୁଦୁଲି ପ୍ରମୁଖ ଉପସ୍ଥିତ ଦିବ୍ୟାଙ୍ଗ ମାନଙ୍କୁ ତାଲିମ ପ୍ରଦାନ କରିଥିଲେ । ଉକ୍ତ ଜୋନ୍‌ର ବିଭିନ୍ନ ବିଦ୍ୟାଳୟରୁ ଶିକ୍ଷକ ଶିକ୍ଷୟିତ୍ରୀ ଓ ଅବିଭାବକ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.