Home କୋରାପୁଟ ଦୁର୍ନିତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଶପଥ ପାଠ

ଦୁର୍ନିତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଶପଥ ପାଠ

66

କୋରାପୁଟ ୨୬-୧୦(ଓଡିଆ ପୁଅ /ରଂଜନ ଦାସ)ଜିଲ୍ଲାସ୍ତରୀୟ ଦୁର୍ନିତି ନିବାରଣ ସପ୍ତାହ ପାଳନ ଅବସରରେ କୋରାପୁଟଠାରେ ଶପଥ ପାଠ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଅବଦ୍ଦାଲ ଏମ ଅଖତର ଉପସ୍ଥିତ ଅଧିକାରୀ ଓ କର୍ମଚାରୀମାନଙ୍କୁ ଶପଥ ପାଠ କରାଯାଇଥିଲେ ।ସ୍ୱଛତା ଓ ସମୟାନୁବର୍ତି ହୋଇ କାର୍ଯ୍ୟ କରିବା ନିମନ୍ତେ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନଙ୍କୁ ଶପଥ ପାଠ କରାଯାଇଥିଲା ବୋଲି ସେ ସୂଚନା ଦେଇଛନ୍ତି ।କୋରାପୁଟ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝି , ଡେପୁଟି କଲେକ୍ଟର ସାଗରିକା ଷଡଙ୍ଗୀ ,ସହକାରୀ ଜିଲ୍ଲାପାଳ ଜ୍ଞାନଜିତ ତ୍ରୀପାଠୀ , କୋରାପୁଟ ସମନ୍ନିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ କାରୁ ସୋରେନ ,ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଜଗନ୍ନାଥ ପ୍ରସାଦ ରାୟଗୁରୁ ପ୍ରମୁଖଙ୍କ ସହ ଅନ୍ୟାନ୍ୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.