Home ଜିଲ୍ଲା ପରିକ୍ରମା ଦୁର୍ନୀତି ନିବାରଣ ସଚେତନତା ଶୋଭାଯାତ୍ରା

ଦୁର୍ନୀତି ନିବାରଣ ସଚେତନତା ଶୋଭାଯାତ୍ରା

29

ପୁରୀ ୪/୧୧ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ଆଜି ପୂର୍ବାହ୍ନରେ ଦୁର୍ନୀତି ନିବାରଣ ସଚେତନତା ଉଦ୍ଦେଶ୍ୟରେ ମିଶନ ଶକ୍ତି ପକ୍ଷରୁ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ରେଲୱେ ଷ୍ଟେସନ ଠାରେ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ଏହି ଶୋଭାଯାତ୍ରାକୁ ପତାକା ଦେଖାଇ ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର, ପୁରୀ ପୌରନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ୱାଇଁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଚିନ୍ମୟୀ ରଥ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ମନୋଜ ରଥ, ପ୍ରୋଗ୍ରାମ ଅଫିସର ଶର୍ମିଷ୍ଠା ହୋତା, ମିଶନ ଶକ୍ତି ଡିପିସି ଆରତୀ ସାହୁ, ଜୀବିକା ମିଶନର ଡିପିଏମ ଶ୍ରୀ ବନଜକାନ୍ତ ମାହାରୀ, ଶୁଭକାନ୍ତ ଦାସ ପ୍ରମୁଖ ଯୋଗ ଦେଇଥିଲେ। ଏହି ଶୋଭାଯାତ୍ରା ରେଲୱେ ଷ୍ଟେସନ ଠାରୁ ଦିଗବାରେଣୀ ପର୍ଯ୍ୟନ୍ତ ଆସିଥିଲା।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.