Home ଓଡ଼ିଶା ଦ୍ୱିତ୍ୱୀୟ ରଥଯାତ୍ରା ସମନ୍ୱୟ ବୈଠକ

ଦ୍ୱିତ୍ୱୀୟ ରଥଯାତ୍ରା ସମନ୍ୱୟ ବୈଠକ

125

ପୁରୀ ୧-୬ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ପୁରୀ ରଥଯାତ୍ରା ସମନ୍ୱୟ କମିଟିର ଦିତ୍ୱିୟ ବୈଠକ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ପୌରସଦନରେ ଅନୁଷ୍ଠିତ ହୋଇଯାଇଛି। ଦୀର୍ଘ ଦୁଇ ବର୍ଷପରେ ଭକ୍ତଙ୍କ ଗହଣରେ ରଥଯାତ୍ରା ଅନୁଷ୍ଠିତ ହେଉଥିବା ବେଳେ ଏହାର ସଫଳତା ପାଇଁ ସେ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ବୈଠକରେ ରଥକାଠ ଯୋଗାଣ ରଥ ନିର୍ମାଣ ନୀତି ସମ୍ପାଦନ ସ୍ୱାସ୍ଥ୍ୟ ଓ ପରିମଳ, ପାନୀୟ ଜଳ ଯୋଗାଣ, ବିଦ୍ୟୁତ୍ ଯୋଗାଣ, ପରିବହନ ବ୍ୟବସ୍ଥା, ସୂଚନା ଓ ପ୍ରସାରଣ, ପ୍ରଦର୍ଶନୀ, ଓ ଅନ୍ୟାନ୍ୟ ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଥିଲା। ବୈଠକରେ ମନ୍ତ୍ରୀ ରଘୁନନ୍ଦନ ଦାଶ, ତୁଷାରକାନ୍ତି ବେହେରା, ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା, RDC, ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ଉମାକାନ୍ତ ସାମନ୍ତରାୟ, ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ଆଇନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ, ଜିଲ୍ଲାପାଳ ସମର୍ଥ ବର୍ମା, ଆଇଜି ନରସିଂହ ଭୋଳ, ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ, ସଂସ୍କୃତି ନିର୍ଦ୍ଦେଶକ, ବିଭାଗୀୟ ଅଧିକାରୀ, ସେବାୟତ ପ୍ରତିନିଧି ଓ ଗଣମାଧ୍ୟମ ପ୍ରତିନିଧି ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.