Odiapua.com

ଧାମନଗର ଉପନିର୍ବାଚନ : ତୃତୀୟ ରାଉଣ୍ଡ ଭୋଟ ଗଣତି ଶେଷ : ବିଜେପି ଆଗୁଆ

ଧାମନଗର ୬-୧୧ (ଓଡ଼ିଆ ପୁଅ) ଧାମନଗର ଉପନିର୍ବାଚନ : କିଏ ଜିତିବ ଧାମନଗର ବାଜି ? ଆରମ୍ଭ ହୋଇଛି ଭୋଟ ଗଣତି। ଗଣତି କେନ୍ଦ୍ରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଭଦ୍ରକ ସଂସ୍କୃତି ଭବନରେ କଡ଼ା ସୁରକ୍ଷାରେ ଚାଲିଛି ଗଣତି। ପ୍ରଥମେ ପୋଷ୍ଟାଲ ବାଲାଟ ଗଣତି ହେବା ପରେ EVM ଗଣତି ଆରମ୍ଭ ହୋଇଛି। ମୋଟ ୧୪ଟି ଟେବୁଲରେ ୧୮ ରାଉଣ୍ଡ ଗଣତି ହେବ ବୋଲି ଜଣାପଡିଛି।

ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଙ୍କୁ ୧୨୮୯୨ ଭୋଟ ମିଳିଥିବା ବେଳେ ବିଜୁ ଜନତା ଦଳ ପ୍ରାର୍ଥୀ ଅବନ୍ତୀ ଦାସ ଙ୍କୁ ୧୦୮୫୯ ଭୋଟ ମିଳିଛି। ଅପର ପକ୍ଷରେ କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀ ଙ୍କୁ ୪୨୭ ଭୋଟ ମିଳିଥିବା ବେଳେ ସ୍ୱାଧୀନ ପ୍ରାର୍ଥୀ ପବିତ୍ର ମୋହନ ଦାସ ଙ୍କୁ ୫୮ ଭୋଟ ମିଳିଛି। ସେହିପରି ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର କୁମାର ଦାସ ଙ୍କୁ ୧୦୯୨ ଭୋଟ ମିଳିଥିବା ବେଳେ ନୋଟା ୭୯ ଭୋଟ ପଡ଼ିଛି। ତେବେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ବିଜୁ ଜନତା ଦଳ ପ୍ରାର୍ଥୀ ଅବନ୍ତୀ ଦାସ ଙ୍କ ଠାରୁ ୨୦୩୩ ଭୋଟରେ ଆଗୁଆ ଅଛନ୍ତି।