Odiapua.com

ଧାମନଗର ଉପନିର୍ବାଚନ : ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୁରଜ ୯,୮୮୧ ଭୋଟରେ ବିଜୟୀ

ଧାମନଗର ୬-୧୧ (ଓଡ଼ିଆ ପୁଅ) ଧାମନଗର ଉପନିର୍ବାଚନ ୧୯ ରାଉଣ୍ଡରେ ଭୋଟ ଗଣତି ହୋଇଥିଲା। ତେବେ ସମସ୍ତ ରାଉଣ୍ଡରେ ବିଜେପି ପ୍ରାର୍ଥୀ ଆଗୁଆ ଥିବାର ଦେଖାଯାଉଥିଲା। ୧୯ତମ ରାଉଣ୍ଡ ସୁଦ୍ଧା ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଙ୍କୁ EVM ଭୋଟ ୮୦,୦୯୦ ଭୋଟ ମିଳିଥିବା ବେଳେ ବିଜୁ ଜନତା ଦଳ ପ୍ରାର୍ଥୀ ଅବନ୍ତୀ ଦାସଙ୍କୁ ୭୦,୨୮୮ ଭୋଟ ମିଳିଛି। ଅପର ପକ୍ଷରେ କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀ ଙ୍କୁ ୩,୫୩୩ ଭୋଟ ମିଳିଥିବା ବେଳେ ସ୍ୱାଧୀନ ପ୍ରାର୍ଥୀ ପବିତ୍ର ମୋହନ ଦାସ ଙ୍କୁ ୪୮୨ ଭୋଟ ମିଳିଛି। ସେହିପରି ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର କୁମାର ଦାସ ଙ୍କୁ ୮,୧୨୨ ଭୋଟ ମିଳିଥିବା ବେଳେ ନୋଟା ୬୪୯ ଭୋଟ ପଡ଼ିଛି। ତେବେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ, ବିଜୁ ଜନତା ଦଳ ପ୍ରାର୍ଥୀ ଅବନ୍ତୀ ଦାସଙ୍କୁ ପରାସ୍ତ କରି ୯,୮୮୧ ଭୋଟରେ ବିଜୟୀ ହୋଇଛନ୍ତି।