Home ଜିଲ୍ଲା ପରିକ୍ରମା ଧାମନଗର ବ୍ଲକ୍‌ରେ ବନ୍ୟା ପରିସ୍ଥିତିର ମୁକାବିଲା ନେଇ ଜିଲାପାଳଙ୍କ ସମୀକ୍ଷା ବୈଠକ

ଧାମନଗର ବ୍ଲକ୍‌ରେ ବନ୍ୟା ପରିସ୍ଥିତିର ମୁକାବିଲା ନେଇ ଜିଲାପାଳଙ୍କ ସମୀକ୍ଷା ବୈଠକ

6

ଭଦ୍ରକ, ୧୪ା୮ (ଓଡିଆ ପୁଅ / ସ୍ନିଗ୍ଧା ରାୟ) – ବୈତରଣୀ ଓ ସାଳନ୍ଦୀ ନଦୀର ଜଳସ୍ତର ବୃଦ୍ଧି ପାଉଥିବା ପରିପ୍ରେକ୍ଷୀରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଆଜି ସକାଳେ ଧାମନଗର ବ୍ଲକରେ ବନ୍ୟା ପରିସ୍ଥିତିର ମୁକାବିଲା ନେଇ ଏକ ସମୀକ୍ଷା ବୈଠକ କରିଛନ୍ତି। ବନ୍ୟା ପ୍ରଭାବିତ ଅଂଚଳରେ ଉଦ୍ଧାର ଓ ରିଲିଫ୍ ବ୍ୟବସ୍ଥା, ଯୋଗାଯୋଗ ଓ ଜରୁରୀ ସେବା ସମ୍ପର୍କରେ ଅଧିକାରୀମାନଙ୍କ ସହ ଆଲୋଚନା କରି ଆବଶ୍ୟକ ପ୍ରସ୍ତୁତି ଓ ସତର୍କତାମୂଳକ ପଦକ୍ଷେପ ନେବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହି ବୈଠକ ରେ ଅତିରିକ ଜ଼ିଲ୍ଲାପାଳ ରବି ନାରାୟଣ ସାହୁ, ଉପ ଜ଼ିଲ୍ଲାପାଳ ସୌରଭ ଚକ୍ରବର୍ତୀ, ଧାମନଗର ଗୋଷ୍ଠୀ ଉନ୍ନୟନ ଅଧିକାରୀ ବନବିହାରୀ ଦିଣ୍ଡା, ତହସିଲଦାର ଜ୍ଞାନରଞ୍ଜନ ସାହୁ ଓ ଅନ୍ୟ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.