Home ଓଡ଼ିଶା ନବନିର୍ବାଚିତ ବିଜେପି ରାଷ୍ଟ୍ରୀୟ ସଭାପତି ଶ୍ରୀ ଜଗତ୍ ପ୍ରକାଶ ନଡ୍ଡାଙ୍କୁ ରାଜ୍ୟ ବିଜେପି ପକ୍ଷରୁ ଅଭିନନ୍ଦନ

ନବନିର୍ବାଚିତ ବିଜେପି ରାଷ୍ଟ୍ରୀୟ ସଭାପତି ଶ୍ରୀ ଜଗତ୍ ପ୍ରକାଶ ନଡ୍ଡାଙ୍କୁ ରାଜ୍ୟ ବିଜେପି ପକ୍ଷରୁ ଅଭିନନ୍ଦନ

269

ଭୁବନେଶ୍ୱର, ୨୧/୦୧: ଆଜି ବିଜେପିର ନୂତନ ରାଷ୍ଟ୍ରୀୟ ସଭାପତି ଜଗତ୍ ପ୍ରକାଶ ନଡ୍ଡା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଶ୍ରୀ ରାଧାମୋହନ ସିଂହ ନବନିର୍ବାଚିତ ରଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ନାଁ ଘୋଷଣା କରିଥିଲେ। ଏହି ପରିପ୍ରେକ୍ଷୀରେ ରାଜ୍ୟ ବିଜେପି ସଭାପତି ଶ୍ରୀ ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ସମସ୍ତ ବିଜେପି କାର୍ଯ୍ୟକର୍ତା ଏବଂ ରାଜ୍ୟବାସୀଙ୍କ ତରଫରୁ ନବନିର୍ବାଚିତ ରାଷ୍ଟ୍ରୀୟ ସଭାପତି ଶ୍ରୀ ନଡ୍ଡାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଶ୍ରୀ ନଡ୍ଡା ଜଣେ ଅଭିଜ୍ଞ ରାଜନୈତିକ ଏବଂ ଜଣେ ସୁସଙ୍ଗଠକ। ଶ୍ରୀ ନଡ୍ଡାଙ୍କ ନିର୍ଦ୍ଦେଶ କ୍ରମେ ଆଗାମୀ ଦିନରେ ନୂତନ ଓଡିଶା ଗଠନ ହେବା ସହ ତୃଣମୂଳସ୍ତରର ସଙ୍ଗଠନକୁ ଆହୁରି ମଜଭୁତ କରାଯିବ ବୋଲି ରାଜ୍ୟ ସଭାପତି ଶ୍ରୀ ମହାନ୍ତି କହିଛନ୍ତି।

ରାଷ୍ଟ୍ରୀୟ ସଭାପତି ଶ୍ରୀ ଜଗତ ପ୍ରକାଶ ନଡ୍ଡାଙ୍କ ନାଁକୁ ସମର୍ଥନ ଜଣାଇ ରାଜ୍ୟ ବିଜେପି ପକ୍ଷରୁ ଏକ ପ୍ରସ୍ତାବ ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଶ୍ରୀ ରାଧା ମୋହନ ସିଂହଙ୍କୁ ପ୍ରଦାନ କରାଯାଇଥିଲା। ଏହି ଅବସରରେ ରାଜ୍ୟ ସଭାପତି ସମୀର ମହାନ୍ତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ସଂପାଦକ ଓ ସାଂସଦ ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ସଙ୍ଗୀତା ସିଂହଦେଓ, ପୂର୍ବତନ ବିଧାୟକ ଦଳ ନେତା କେ.ଭି ସିଂହଦେଓ, ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ, ସାଧାରଣ ସଂପାଦକ ଓ ରାଜ୍ୟ ନିର୍ବାଚନ ଅଧିକାରୀ ରଂଜନ ପଟେଲ, ଅନନ୍ତ ନାୟକ, ପୃଥ୍ୱୀରାଜ ହରିଚନ୍ଦନ, ରାଜ୍ୟ ସଂପାଦକ (ସଙ୍ଗଠନ) ମାନସ ମହାନ୍ତି, ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର, ଯୁବମୋର୍ଚ୍ଚା ରାଷ୍ଟ୍ରୀୟ ଉପସଭାପତି ଠାକୁର ରଂଜିତ ଦାସ ପ୍ରମୁଖ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.