Home Top News ନଭିମୁମ୍ବାଇ ମହାନଗର ନିଗମକୁ ଓଡିଶା ଭବନ ଭଡା ଛାଡ କଲେ ରାଜ୍ୟ ସରକାର

ନଭିମୁମ୍ବାଇ ମହାନଗର ନିଗମକୁ ଓଡିଶା ଭବନ ଭଡା ଛାଡ କଲେ ରାଜ୍ୟ ସରକାର

75

ଭୁବନେଶ୍ୱର ୭/୫ (ଓଡ଼ିଆ ପୁଅ) କୋଭିଡ଼ ମହାମାରୀର ମୁକାବିଲା ପାଇଁ ମୁମ୍ବାଇ ରେ ରୋଗୀ ଙ୍କୁ ସେବା ଯୋଗାଉଥିବା ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ମାନଙ୍କ ସଙ୍ଗରୋଧ ନିମନ୍ତେ ନାଭି ମୁମ୍ବାଇ ମହାନଗର ନିଗମ ସେଠାରେ ଥିବା ଓଡ଼ିଶା ଭବନକୁ ୨୦୨୦ ଅପ୍ରେଲରୁ ବ୍ୟବହାର କରିଆସୁଥିଲେ।

ଏହାର ଭଡ଼ା ବାବଦ ଦେୟ ଦୁଇ କୋଟି ଷୋହଳ ହଜାର ଟଙ୍କା ଥିବା ବେଳେ, ମହାମାରୀ ର ଏ ବିପଦ ସମୟରେ ମାନଵିକତା ତଥା ମୁମ୍ବାଇ ର ଜନସାଧାରଣଙ୍କ ପ୍ରତି ସଦିଛ୍ଛା ପୂର୍ଣ୍ଣ ମନୋଭାବ ପ୍ରଦର୍ଶନ ପୂର୍ବକ ଓଡ଼ିଶା ଭବନ ଭଡା ଦେୟକୁ ସମ୍ପୂର୍ଣ୍ଣ ଛାଡ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନଵୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ ଗୁରୁତର କୋଭିଡ଼ ରୋଗୀଙ୍କ ଚିକିତ୍ସା ନିମନ୍ତେ ଓଡ଼ିଶା ମହାରାଷ୍ଟ୍ର କୁ ଜରୁରୀ ଭିତ୍ତି ରେ ଗତ ପନ୍ଦର ଦିନ ହେଲା ଅକ୍ସିଜେନ ମଧ୍ୟ ଯୋଗାଉଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.