Odiapua.com

ନାଉଗାଁ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଜଗତସିଂହପୁର- ୨୮/୦୮ (ଓଡିଆ ପୁଅ /ନୃସିଂହ ଚରଣ ବାରିକ) ନାଉଗାଁ ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ପ୍ରଶାସନ ତରଫରୁ ଯୁଗ୍ମଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଅଛି। ଏହି ଶିବିରରେ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର ଯୋଗଦେଇ ଜନସାଧାରଣଙ୍କର ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ। ଏହି ଅଭିଯୋଗ ଶିବିରରେ ମୋଟ ୧୪୭ଟି ଅଭିଯୋଗ ପଂଜିକୃତ ହୋଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସଂପର୍କିତ ୧୨୨ଟି ଯଥା-ଇନ୍ଦିରା ଆବାସ/ବିଜୁ ପକ୍କାଘର-୫୦ଟି, ରେସନ୍ କାର୍ଡ ସଂପର୍କିତ-୨୧ଟି, ଭତ୍ତା ସଂମ୍ବନ୍ଧୀୟ-୧୬ଟି, ଆଇନ ସହାୟତା ସଂପର୍କିତ-୦୭ଟି, ଜମିଜମା ସମସ୍ୟା ସଂପର୍କିତ-୧୨ଟି ଓ ଅନ୍ୟାନ୍ୟ-୧୬ଟି, ଗାଁ ସମସ୍ୟା ସଂପର୍କିତ-୧୬ଟି, ମୁଖ୍ୟମନ୍ତୀଙ୍କ ରିଲିଫ୍ ପାଣ୍ଠିରୁ ସହାୟତା ପାଇବା ପାଇଁ-୦୧ଟି, ରେଡକ୍ରସ୍ ପାଣ୍ଠିରୁ ସହାୟତା ପାଇବା ପାଇଁ-୦୫ଟି ଦରଖାସ୍ତ ଗ୍ରହଣ କରାଯାଇଥିଲା। ୦୬ଟି ଅଭିଯୋଗର ଶୁଣାଣୀ କରାଯାଇ ସଂଗେ ସଂଗେ ଫଇସଲା କରାଯାଇଥିଲା। ଏହି ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିଷ୍ଣୁ ଚରଣ ମିଶ୍ର, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ କେ.ସି.ମହାନ୍ତି, ବି.ଡି.ଓ, ତହସିଲଦାର, ଜିଲ୍ଲାସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ, ପଞ୍ଚାୟତ ପ୍ରତିନିଧି, ଭାରପ୍ରାପ୍ତ ଅଭିଯୋଗ ଅଧିକାରୀ ଶ୍ରୀ ରଞନ କୁମାର ଦାସ ଓ ଜନସାଧାରଣ ଉପସ୍ଥିତ ଥିଲେ।