Home ଜିଲ୍ଲା ପରିକ୍ରମା ନୟାଗଡ଼ରେ ୫ଶହ ମିଶନଶକ୍ତି ମା’ମାନଙ୍କୁ ନେଇ ଦୁର୍ନୀତି ନିବାରଣ ସଚେତନତା ରାଲି

ନୟାଗଡ଼ରେ ୫ଶହ ମିଶନଶକ୍ତି ମା’ମାନଙ୍କୁ ନେଇ ଦୁର୍ନୀତି ନିବାରଣ ସଚେତନତା ରାଲି

29

ନୟାଗଡ଼, ୪ା୧୧ (ଓଡ଼ିଆ ପୁଅ/ସୁରେନ୍ଦ୍ର ନାଥ ପ୍ରଧାନ) : ଦୁର୍ନୀତି ନିବାରଣ ସଚେତନତା ପାଳନ ଅବସରରେ ନୟାଗଡ଼ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ପ୍ରାୟ ୫୦୦ ମିଶନଶକ୍ତି ମାଆମାନଙ୍କୁ ନେଇ ଏକ ସଚେତନତା ରାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ପୂର୍ବାହ୍ନରେ ବାହାରିଥିଲା। ଏହି ରାଲିକୁ ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ ପତାକା ଦେଖାଇ ଶୁଭ ଉଦ୍‌ଘାଟନ କରିଥିଲେ। ଏଥିରେ ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା- ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ସୁବାସ ଚନ୍ଦ୍ର ରାୟ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ, ଦୁର୍ନୀତି ନିବାରଣର ଉପ ଆରକ୍ଷୀ ଅଧୀକ୍ଷକ ଶ୍ରୀକାନ୍ତ ବେହେରା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ମମତାରାଣୀ ପାତ୍ର, ଡି.ପି.ଏମ୍ ସଂଜୟ କୁମାର ମହାପାତ୍ର, ମିଶନଶକ୍ତି ଡିପିସି ସମିଧା ପାଢ଼ୀ ଯୋଗ ଦେଇଥିଲେ। ରାଲିରେ ଯୋଗଦେଇଥିବା ମାଆମାନେ ଦୁର୍ନୀତି ନିବାରଣ ଉପରେ ବିଭିନ୍ନ ପ୍ରକାର ସ୍ଲୋଗାନ ଦେଇ ସହର ପରିକ୍ରମା କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.