Home ଜିଲ୍ଲା ପରିକ୍ରମା ନୟାଗଡ଼ ସଦର ମହକୁମାରେ ଜିଲ୍ଲାସ୍ତରୀୟ ଜନଶୁଣାଣୀ ଶିବିର

ନୟାଗଡ଼ ସଦର ମହକୁମାରେ ଜିଲ୍ଲାସ୍ତରୀୟ ଜନଶୁଣାଣୀ ଶିବିର

23

ନୟାଗଡ଼, ୧ା୮: (ଓଡ଼ିଆ ପୁଅ/ସୁରେନ୍ଦ୍ର ନାଥ ପ୍ରଧାନ) : ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ଡା. ଟୁଡୁ ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣିଥିଲେ। ଆଜି ସମୁଦାୟ ୧୧୦ଗୋଟି ଅଭିଯୋଗ ପଂଜିକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଭାବେ ୮୫ ଗୋଟି ଅଭିଯୋଗ, ସାମୁହିକ ଗ୍ରାମ ବିବାଦ ୦୨ଗୋଟିର ଶୁଣାଣି କରାଯାଇ ସମୁଦାୟ ୪୨ଗୋଟି କେସର ତତ୍‌କାଳ ସମାଧାନ କରାଯାଇଥିଲା। ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ୧୧ଜଣ ଦରଖାସ୍ତକାରୀଙ୍କୁ ୯୭ ହଜାର ଟଙ୍କା ଆର୍ଥିକ ଅନୁଦାନ ଏବଂ ଜିଲ୍ଲା ରେଡ୍‌କ୍ରସ ସଂସ୍ଥାରୁ ୧୨ଜଣ ଦରଖାସ୍ତକାରୀଙ୍କୁ ୧ଲକ୍ଷ ୨୨ ହଜାର ଆର୍ଥିକ ଅନୁଦାନ ଅନୁମୋଦନ କରାଯାଇଥିଲା। ଅବଶିଷ୍ଟ କେସ୍‌ଗୁଡ଼ିକୁ ସାମାଧାନ ନିମନ୍ତେ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ଜନଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଶ୍ରୀ ଅଲେଖ ପହି, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଧାନ ଚନ୍ଦ୍ର ରାୟ, ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ସୁବାସ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଶ୍ରୀ ଲଗ୍ନଜିତ ରାଉତ, ତହସିଲଦାର ନୟାଗଡ଼, ଗୋଷ୍ଠୀ ଉନ୍ନୟନ ଅଧିକାରୀ ନୟାଗଡ଼, ଜିଲ୍ଲାସ୍ତରୀୟ ପଦାଧିକାରୀ, ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଗୁଡ଼ିକ ଶୁଣାଣି କରିବାରେ ଜିଲ୍ଲାପାଳଙ୍କୁ ସହଯୋଗ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.