Home Top News ପଞ୍ଚାୟତ ନିର୍ବାଚନ : ଦ୍ୱିତୀୟ ପର୍ଯ୍ୟାୟ ଭୋଟଗ୍ରହଣ – ମୋଟ ୬୮ ଟି ବ୍ଳକର ୧୫୧୪...

ପଞ୍ଚାୟତ ନିର୍ବାଚନ : ଦ୍ୱିତୀୟ ପର୍ଯ୍ୟାୟ ଭୋଟଗ୍ରହଣ – ମୋଟ ୬୮ ଟି ବ୍ଳକର ୧୫୧୪ ଟି ଗ୍ରାମ ପଞ୍ଚାୟତରେ ୧୮୬ ଜିଲ୍ଲା ପରିଷଦ ସଭ୍ୟ ପାଇଁ ୨୦, ୪୩୬ ବୁଥରେ ମତଦାନ

54

ଭୁବନେଶ୍ୱର ୧୮-୨ (ଓଡ଼ିଆ ପୁଅ) ଆଜି ରାଜ୍ୟରେ ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡିକର ସାଧାରଣ ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ହୋଇଛି। ଏଥିରେ ମୋଟ ୬୮ ଟି ବ୍ଲକର ୧୫୧୪ ଟି ଗ୍ରାମ ପଞ୍ଚାୟତରେ ୧୮୬ ଜିଲ୍ଲା ପରିଷଦ ସଭ୍ୟ ପାଇଁ ୨୦, ୪୩୬ ବୁଥରେ ଶାନ୍ତି ଶୃଙ୍ଖଳାର ସହିତ ନିର୍ବାଚନ ଶେଷ ହୋଇଅଛି। ଭୋଟ ଗ୍ରହଣ ସମୟରେ ଅଳ୍ପ କିଛି ସ୍ଥାନରେ ସାମାନ୍ୟ ଗଣ୍ଡଗୋଳ ଏବଂ ବିଶୃଙ୍ଖଳାକୁ ବାଦ୍ ଦେଲେ ମୋଟାମୋଟି ଭାବରେ ଶାନ୍ତି ଶୃଙ୍ଖଳାର ସହିତ ଭୋଟ ଗ୍ରହଣ କାର୍ଯ୍ୟ ସମ୍ପନ୍ନ ହୋଇଅଛି। ପ୍ରଥମ ପର୍ଯ୍ୟାୟରେ ହୋଇଥିବା ବିଶୃଙ୍ଖଳାକୁ କମିଶନ ଗମ୍ଭିରତାର ସହ ବିଚାରକୁ ନେଇ ପରବର୍ତ୍ତୀ ପର୍ଯ୍ୟାୟରେ ଆଇନ ଶୃଙ୍ଖଳା ନିୟନ୍ତ୍ରଣ କରିବା ସହ ଶାନ୍ତିପୂର୍ଣ୍ଣ ଭାବେ ପଞ୍ଚାୟତ ନିର୍ବାଚନ ସାରିବା ପାଇଁ ପୋଲିସ ଡି.ଜି.ଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆଜିର ନିର୍ବାଚନରେ ପରିସ୍ଥିତି ଉନ୍ନତି ପରିଲକ୍ଷିତ ହୋଇଛି।

ଏହି ପର୍ଯ୍ୟାୟରେ ମୋଟ ୬୨ ଲକ୍ଷ ୧୦ ହଜାରରୁ ଅଧିକ ଭୋଟର ଥିବା ବେଳେ ପ୍ରାରମ୍ଭିକ ସୂଚନା ଅନୁଯାୟୀ ରାଜ୍ୟରେ ମୋଟ ୭୧% ମତଦାନ ହୋଇଅଛି। କିଛି ସ୍ଥାନରେ ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ନିର୍ବାଚନ କାର୍ଯ୍ୟରେ ଅସୁବିଧା ସୃଷ୍ଟି ହେବା ଫଳରେ ଭୋଟ ଗ୍ରହଣ ବାଧାପ୍ରାପ୍ତ ହୋଇଅଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ ଜଗତସିଂହପୁର ଓ ଯାଜପୁର ଜିଲ୍ଲାର କିଛି ବୁଥରେ ନିର୍ବାଚନ ପ୍ରକ୍ରିୟା। ବାଧାପ୍ରାପ୍ତ ହୋଇଛି। ଏତଦ୍‌ବ୍ୟତୀତ ବାଲଟ୍ ପେପରରେ ତୃଟି ପାଇଁ ଦୁଇ ତିନୋଟି ସ୍ଥାନରେ ପୁନଃ ନିର୍ବାଚନ ଆବଶ୍ୟକ ହୋଇପାରେ। ଏ ସମ୍ପର୍କରେ ସମ୍ପୃକ୍ତ ଜିଲ୍ଲାପାଳଙ୍କଠାରୁ ବିସ୍ତୃତ ରିପୋର୍ଟ ପାଇଲାପରେ ରାଜ୍ୟ ନିର୍ବାଚନ କମିଶନ ସେ ବିଷୟରେ ଅନୁଧ୍ୟାନ କରି ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ଆଜିର ନିର୍ବାଚନରେ ଭାଗ ନେଇଥିବା ସମସ୍ତ ଅଧିକାରୀ, ପୋଲିସ କର୍ତ୍ତୃପକ୍ଷ, ସମସ୍ତ ଜନସାଧାରଣ ତଥା ଭୋଟର ମାନେ ସକ୍ରିୟ ଅଂଶ ଗ୍ରହଣ କରିବା ସହିତ ଶାନ୍ତି ଶୃଙ୍ଖଳାରେ ନିର୍ବାଚନ ଶେଷ ହୋଇଥିବାରୁ ଆଗାମୀ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ସ୍ଥାନମାନଙ୍କରେ ମଧ୍ୟ କମିଶନ ଏହିପରି ସହଯୋଗ ଆଶା କରୁଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.