Odiapua.com

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହା ଅଭିଯାନ ଅନୁଷ୍ଠିତ

ଭଦ୍ରକ, ୯ା୪ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଧାମନଗର ବ୍ଲକ ଦୋବଲ ସ୍ଥିତ ମୁକୁନ୍ଦଦେବମଣ୍ଡଳ ପକ୍ଷରୁ ‘ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହା ଅଭିଯାନ’ର ମଣ୍ଡଳ ସ୍ତରୀୟ କର୍ମଶାଳା ସ୍ଥାନୀୟ ଆନନ୍ଦପୁର ମିଶ୍ର କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଛି। ଦୁଇ ଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମକୁ ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦ୍‌?ଘାଟନ କରିଥିଲେ।ଏହି ପ୍ରଶିକ୍ଷଣ ଶିବିରରେ ବିଜେପି ଜିଲ୍ଲା ସଭାପତି ଭଗବାନ ପଣ୍ଡା ଏବଂ ଦୋବାଲ ସରପଞ୍ଚ ଅଶୋକ ପଣ୍ଡା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଦଳୀୟ ଆଦର୍ଶ ଓ ସାଂଗଠନିକ ଦକ୍ଷତା ବୃଦ୍ଧି ଉପରେ ଗୁରୁତ୍ୱାରୋପ କରିଥିଲେ। ଦେଶ ଗଠନରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ବିଚାରଧାରା ଏବଂ ପ୍ରଶିକ୍ଷଣର ଆବଶ୍ୟକତା ସମ୍ପର୍କରେ ଅତିଥିମାନେ କର୍ମକର୍ତ୍ତାମାନଙ୍କୁ ଅବଗତ କରାଇଥିଲେ। ଦୋବଲ ଜୋନ ଅନ୍ତର୍ଗତ ୮ ଟି ପଞ୍ଚାୟତରୁ ଆସିଥିବା ୫୨ ଟି ବୁଥ ର ସଭାପତି ଏବଂ ବରିଷ୍ଠ କାର୍ଯ୍ୟକର୍ତ୍ତାମାନେ ଏହି କର୍ମଶାଳାରେ ଅଂଶଗ୍ରହଣ କରିଥିଲେ। ଦଳୀୟ ରଣନୀତିକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ଏବଂ କର୍ମୀମାନଙ୍କୁ ଅଧିକ ଶକ୍ତିଶାଳୀ କରିବା ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ବୋଲି ବୈଠକରେ ମତପ୍ରକାଶ ପାଇଛି। ଦୁଇ ଦିନିଆ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପର୍ଯ୍ୟାୟରେ ଦଳୀୟ କାର୍ଯ୍ୟକର୍ତ୍ତାମାନଙ୍କୁ ବିଭିନ୍ନ ବିଷୟରେ ପ୍ରଶିକ୍ଷଣ ପ୍ରଦାନ କରାଯିବ।