Odiapua.com

ପଦ୍ମଶ୍ରୀ ରଜତ କରଙ୍କ ବିୟୋଗରେ ଓଡ଼ିଶା ଜଗନ୍ନାଥ ସଂସ୍କୃତିର ଜଣେ ଉଚ୍ଚକୋଟୀର ଗବେଷକ ଓ ସୁବକ୍ତାଙ୍କୁ ହରାଇଲା-ଧର୍ମେନ୍ଦ୍ର ପ୍ରଧାନ

ଜଗନ୍ନାଥ ସଂସ୍କୃତିର ପ୍ରବକ୍ତା ପଦ୍ମଶ୍ରୀ ଡ଼ଃ ରଜତ କରଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ
– ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ପରମ୍ପରାକୁ ଡ଼.କରଙ୍କ ଅବଦାନ ଅକଳ୍ପନୀୟ

ଭୁବନେଶ୍ୱର, ମଇ୦୮(ଓଡ଼ିଆ ପୁଅ) – ଓଡ଼ିଶାର ବିଶିଷ୍ଟ ଶିକ୍ଷାବିତ୍, ନାଟ୍ୟକାର, ଜଗନ୍ନାଥ ସଂସ୍କୃତିର ପ୍ରଚାରକ ଓ ପ୍ରବକ୍ତା ପଦ୍ମଶ୍ରୀ ଡ଼. ରଜତ କରଙ୍କ ବିୟୋଗ ଖବରରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ପଦ୍ମଶ୍ରୀ ଡ଼. ରଜତ କରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ପରମ୍ପରାକୁ ତାଙ୍କର ଅବଦାନ ଅକଳ୍ପନୀୟ। ସାହିତ୍ୟ କ୍ଷେତ୍ରରେ ନିଜର ଅନନ୍ୟ ସାଧନା ପାଇଁ ସେ ଓଡ଼ିଆ ପାଠକଙ୍କ ନିକଟରେ ଯଶସ୍ୱୀ ହୋଇପାରିଥିଲେ। ଲୋକନାଟ୍ୟ ‘ପାଲା’କୁ ଜୀବନ୍ତ ରଖିବାରେ ମଧ୍ୟ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ଟିଭି ଓ ରେଡ଼ିଓରେ ରଥଯାତ୍ରାର ଭାଷ୍ୟକାର ଭାବେ ଓଡ଼ିଆ ଜନମାନସରେ ସେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ଜଗନ୍ନାଥ ସଂସ୍କୃତି ଓ ରୀତିନୀତିକୁ ନେଇ ତାଙ୍କର କାଳଜୟୀ ସାହିତ୍ୟ ରଚନା ଚିର ସ୍ମରଣୀୟ ହୋଇ ରହିବ। ତାଙ୍କ ବିୟୋଗରେ ଓଡ଼ିଶା ଜଗନ୍ନାଥ ସଂସ୍କୃତିର ଜଣେ ଉଚ୍ଚକୋଟୀର ଗବେଷକ ଓ ସୁବକ୍ତାଙ୍କୁ ହରାଇଲା।

ଶ୍ରୀ ପ୍ରଧାନ ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି।