Home ଜିଲ୍ଲା ପରିକ୍ରମା ପିକ୍‌ଅପ୍ ଭ୍ୟାନ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ : କ୍ଷତିପୂରଣ ଦାବିରେ ରାସ୍ତାରୋକ

ପିକ୍‌ଅପ୍ ଭ୍ୟାନ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ : କ୍ଷତିପୂରଣ ଦାବିରେ ରାସ୍ତାରୋକ

142

ଭଦ୍ରକ ୧ା୭ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଏହି ଜିଲାର ଚାନ୍ଦବାଲି ମୁଖ୍ୟରାସ୍ତା କଖାରୁଡିହି ଛକ ନିକଟରେ ଏକ ପିକଅପ୍ ଭ୍ୟାନ୍ ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ପ୍ରାପ୍ତ ସୂଚନା ଅନୁସାରେ କଖାରୁଡିହି ଛକ ନିକଟରେ ସ୍ଥାନୀୟ ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ୨ ନମ୍ବର ୱାର୍ଡର ନିତ୍ୟାନନ୍ଦ ମହାନ୍ତିଙ୍କୁ ଏକ ପିକଅପ୍ ଭ୍ୟାନ୍ ଧକ୍କାଦେବା ଫଳରେ ତାଙ୍କର ଶୋଚନୀୟ ମୃତ୍ୟୁ ହୋଇଛି । ଏହି ମୃତ୍ୟୁକୁ ନେଇ ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ଭଦ୍ରକ-ଚାନ୍ଦବାଲି ମୁଖ୍ୟ ରାସ୍ତାକୁ ଅବରୋଧ କରିଛନ୍ତି । ତେବେ ଘଟଣାସ୍ଥଳରେ ଚାନ୍ଦବାଲି ପୁଲିସ୍ ପହଞ୍ôଚ ଲୋକମାନଙ୍କୁ ବୁଝାସୁଝା କରିଥିଲା ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.