ଭଦ୍ରକ, ୨୪ା୮ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଏହି ଜିଲାର ଭଣ୍ଡାରିପୋଖରୀ ବ୍ଲକ କଂଗ୍ରେସ କମିଟି ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ରାଜ୍ୟବ୍ୟାପୀ ଆନ୍ଦୋଳନକୁ ନୈତିକ ସମର୍ଥନ ଜଣାଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିବା ଆନ୍ଦୋଳନ ସ୍ଥଳୀକୁ ବରିଷ୍ଠ କଂଗ୍ରେସ ନେତା ଗୋଲକ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ବ୍ଲକ କଂଗ୍ରେସ ସଭାପତି ରଜନୀକାନ୍ତ ଚନ୍ଦ, ବୟାବନାପୁର ସରପଞ୍ଚ ମିନତୀ ସାହୁ, ବାଲେଶ୍ୱର-ଭଦ୍ରକ କେନ୍ଦ୍ର ସମାବାୟ ବ୍ୟାଙ୍କ ନିର୍ଦ୍ଦେଶକ ରମେଶ ଚନ୍ଦ୍ର ଭାରତୀ, ସମିତି ସଭ୍ୟ ଗୁରୁପ୍ରସାଦ ଗିରି, ପ୍ରଣୟ ସାହୁ, ଶ୍ୟାମସୁନ୍ଦର ମହାପାତ୍ର ପ୍ରମୁଖ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ଦାବି ପ୍ରତି ସମର୍ଥନ ଜଣାଇବା ସହ କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରକାଶ ପଟ୍ଟନାୟକ, ନାରାୟଣ ଦାସ, ରବିନାରାୟଣ ପାତ୍ର, ନରେନ୍ଦ୍ର ରାଉତ, ସୂର୍ଯ୍ୟକାନ୍ତ ମଲ୍ଲିକ, ଅଜିତ ବେହେରା, ସରୋଜ କୁମାର ରାଉତରାୟ ପ୍ରମୁଖଙ୍କ ସହ ଆଲୋଚନା କରିଥିଲେ । କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ନ୍ୟାର୍ଯ୍ୟ ଦାବି ପୂରଣ ପାଇଁ ରାଜ୍ୟ ସରକାର ଟାଳଟୁଳ ନୀତି ଅବଲମ୍ବନ କରୁଥିବାରୁ କଂଗ୍ରେସ ନେତାମାନେ ସମାଲୋଚନା କରିଥିଲେ । ଦଳର ରାଜୀବଗାନ୍ଧୀ ପଞ୍ଚାୟତରାଜ ସଙ୍ଗଠନ ଜିଲ୍ଲା ସଂଯୋଜକ ପ୍ରଦ୍ୟୁମ୍ନ ଦାସ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ଦାବି ପୂରଣ ସମ୍ପର୍କରେ ରାଜ୍ୟ ସରକାରଙ୍କୁ ପତ୍ର ଲେଖିଥିବା ନେଇ ଦଳ ପକ୍ଷରୁ ସୂଚନା ଦିଆଯାଇଥିଲା ।