ଭଦ୍ରକ, ୧୫ା୧୨ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ପି ଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ, ଭଦ୍ରକରେ କେ . ଭି. ଏସ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଅଛି । ଏହି ଅବସରରେ ଭଦ୍ରକ ଜିଲ୍ଲାର ଜିଲ୍ଲାପାଳ ।ଦିଲ୍ଲୀପ ରାଉତରାୟ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ , କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ ଏବଂ ସମ୍ବର୍ଦ୍ଧିତ ବକ୍ତବ୍ୟ ପ୍ରଦାନ ପୂର୍ବକ ଛାତ୍ର ଛାତ୍ରୀ ମାନଙ୍କର ଉତ୍ସାହ ବୃଦ୍ଧି କରିଥିଲେ । ଅବସର ପ୍ରାପ୍ତ ଶିକ୍ଷକ, ଶିକ୍ଷୀକା ଏବଂ ପୁରାତନ ଛାତ୍ରଛାତ୍ରୀ ମାନେ ଅତିଥି ରୂପେ ଯୋଗ ଦେଇ କାର୍ଯକ୍ରମ ର ଶୋଭା ମଣ୍ଡନ କରିଥିଲେ ।ବିଦ୍ୟାଳୟର ଅଧ୍ୟକ୍ଷା ପଦ୍ମାବତୀ ଦ୍ୱିବେଦୀ ଙ୍କ ଦ୍ୱାରା ଅତିଥି ପରିଚୟ ଏବଂ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା । ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ଗାନ ଏବଂ ନୃତ୍ୟ ପ୍ରଦର୍ଶନ ହୋଇଥିଲା।କାର୍ଯ୍ୟକ୍ରମ ଶେଷରେ ଅଧ୍ୟକ୍ଷା ପଦ୍ମାବତୀ ଦ୍ୱିବେଦୀ,ପ୍ରଧାନଶିକ୍ଷକ ।ଦୀଲେଶ୍ୱର ସାହୁ , ସୁରେନ୍ଦ୍ର କୁମାର ରାଉତ ଏବଂ କେନ୍ଦ୍ରୀୟ ବିଦ୍ୟାଳୟ ଭଦ୍ରକ ର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ଶପଥ ଗ୍ରହଣ କରିଥିଲେ। କାର୍ଯ୍ୟକ୍ରମ ର ସଫଳ ରୂପାୟନ ନିମନ୍ତେ ବିଦ୍ୟାଳୟର ତଥା ଅନ୍ୟ ସମସ୍ତ ଶିକ୍ଷକ ଏବଂ ଶିକ୍ଷୟତ୍ରୀ ଓ କର୍ମଚାରୀ ମାନଙ୍କୁ ଧନ୍ୟବାଦ ଅର୍ପଣ କରାଯାଇ ଜାତୀୟ ଗୀତ ଗାନ ରେ କାର୍ଯକ୍ରମ ସମାପ୍ତ ହୋଇଥିଲା।







