Home Coronavirus Outbreak ପୁଣି ରାଜ୍ୟରେ କରୋନା ନେଲା ୬ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୯୭ କୁ ବୃଦ୍ଧି

ପୁଣି ରାଜ୍ୟରେ କରୋନା ନେଲା ୬ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୯୭ କୁ ବୃଦ୍ଧି

92

ଭୁବନେଶ୍ୱର ୨୦-୭ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୬ ମୁଣ୍ଡ। ୬ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୯୭ କୁ ବୃଦ୍ଧି ପାଇଛି।

ଗଞ୍ଜାମରୁ ୪ ଜଣ, ନୟାଗଡ଼ରୁ ଜଣେ ଏବଂ ଗଜପତିରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ୬ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।

୧- ଗଞ୍ଜାମ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୨- (ଗଞ୍ଜାମ) ନୟାଗଡ଼ ଜିଲ୍ଲାର ୪୦ ବର୍ଷ ବୟସ୍କ ପୁରୁଷ।
୩- ଗଜପତି ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୪- ଗଞ୍ଜାମ ଜିଲ୍ଲାର ଜଣେ ୪୨ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୫- ଗଞ୍ଜାମ ଜିଲ୍ଲାର ଜଣେ ୫୪ ବର୍ଷ ବୟସ୍କ ପୁରୁଷ।
୬- ଗଞ୍ଜାମ ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହରେ ମଧ୍ୟ ପୀଡିତ ଥିଲେ।

ଗଞ୍ଜାମ ଜିଲ୍ଲାରେ ୫, ୭୬୬ [+୨୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୯୫୦ [+୨୩୪] ଜଣ ସକ୍ରୀୟ ଅଛନ୍ତି। ୩, ୭୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୭୧୮ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୪ [+୧୪] ଜଣ ସକ୍ରୀୟ ଅଛନ୍ତି। ୫୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୩୪୦ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୭ [+୪] ଜଣ ସକ୍ରୀୟ ଅଛନ୍ତି। ୨୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.