Home Coronavirus Outbreak ପୁଣି ୧୦ କରୋନା ଆକ୍ରାନ୍ତ – ମୋଟ ସଂଖ୍ୟା ୨୧୯ କୁ ବୃଦ୍ଧି, ଭୁନେଶ୍ୱରରୁ ୩...

ପୁଣି ୧୦ କରୋନା ଆକ୍ରାନ୍ତ – ମୋଟ ସଂଖ୍ୟା ୨୧୯ କୁ ବୃଦ୍ଧି, ଭୁନେଶ୍ୱରରୁ ୩ ଗଞ୍ଜାମରୁ ୭

303

ଭୁବନେଶ୍ୱର ୭-୫ (ଓଡ଼ିଆ ପୁଅ) ରାଜ୍ୟରେ ପୁଣି ୧୦ କରୋନା ଆକ୍ରାନ୍ତ ଚିହ୍ନଟ। ଗଞ୍ଜାମରେ ୭ ଟି ନୂଆ ମାମଲା ଆସିଛି ଏବଂ ସେମାନେ ସମସ୍ତେ ସୁରାଟ ଫେରନ୍ତା, ସମସ୍ତଙ୍କର କରୋନା ଲକ୍ଷଣ ଅଛି। ସେମାନେ ସମସ୍ତେ ପୁରୁଷ ବୟସ ଯଥାକ୍ରମେ ୪୩, ୪୮, ୨୫, ୨୯, ୩୯, ୨୫ ଏବଂ ୬୦ ବର୍ଷ। ସେମାନଙ୍କର କଣ୍ଟାକ୍ଟ ଟ୍ରେସି କରାଯାଉଛି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୯କୁ ପହଁଚିଛି।

ସେହିପରି ଭୁବନେଶ୍ୱରରୁ ତିନୋଟି ପଜିଟିଭେ ମାମଲା ଆସିଛି। ସେମାନେ ହେଲେ ୩୬ ବର୍ଷ ପୁରୁଷ, ମଞ୍ଚେଶ୍ୱରର, ୩୪ ବର୍ଷ ପୁରୁଷ, VSS ନଗର ଏବଂ ୬୭ ବର୍ଷ ପୁରୁଷ ସୁର୍ଯ୍ୟନଗରର।

ଆଜି ଗୋଟିଏ ଦିନରେ ୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ଗଞ୍ଜାମ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୨୮ ହୋଇଛି। ଖୋର୍ଦ୍ଧା ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୫୦ ହୋଇଛି।

ବର୍ତ୍ତମାନ ରାଜ୍ୟର ୧୮ଟି ଜିଲା କରୋନା ସଂକ୍ରମିତ ହୋଇଛି।

ଯାଜପୁର ଜିଲ୍ଲାରେ ୫୫ ଜଣ ଆକ୍ରାନ୍ତ ଥିବା ବେଳେ ଜଣେ ସୁସ୍ଥ ହୋଇଛନ୍ତି ୫୪ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ଖୋର୍ଦ୍ଧା ଜିଲ୍ଲାରେ ୫୦ ଜଣ ଆକ୍ରାନ୍ତ ଥିବା ବେଳେ ୩୨ ସୁସ୍ଥ ହୋଇଛନ୍ତି ୧୬ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ୦୨ ଜଣଙ୍କର ମୃତ୍ୟୁ ହୋଇଛି। ଗଞ୍ଜାମ ଜିଲ୍ଲାରେ ୨୮ ଜଣ ଆକ୍ରାନ୍ତ ଥିବା ବେଳେ ଚିକିତ୍ସିତ ହେଉଛନ୍ତି ଏବଂ୨୮ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ବାଲେଶ୍ୱର ଜିଲ୍ଲାରେ ୨୭ ଜଣ ଆକ୍ରାନ୍ତ ଥିବା ବେଳେ ୦୫ ସୁସ୍ଥ ହୋଇଛନ୍ତି ୨୨ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ଭଦ୍ରକ ଜିଲ୍ଲାରେ ୨୧ ଜଣ ଆକ୍ରାନ୍ତ ଥିବା ବେଳେ ୧୨ ସୁସ୍ଥ ହୋଇଛନ୍ତି ୦୯ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ସୁନ୍ଦରଗଡ ଜିଲ୍ଲାରେ ୧୨ ଜଣ ଆକ୍ରାନ୍ତ ଥିବା ବେଳେ ୦୫ ସୁସ୍ଥ ହୋଇଛନ୍ତି ୦୭ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ଜଗତ୍ସିଂହପୁର ଜିଲ୍ଲାରେ ୦୫ ଜଣ ଆକ୍ରାନ୍ତ ଥିବା ବେଳେ ଚିକିତ୍ସିତ ହେଉଛନ୍ତି ଏବଂ୦୫ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ମୟୁରଭଞ୍ଜ ଜିଲ୍ଲାରେ ୦୪ ଜଣ ଆକ୍ରାନ୍ତ ଥିବା ବେଳେ ଚିକିତ୍ସିତ ହେଉଛନ୍ତି ଏବଂ୦୪ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। କେନ୍ଦ୍ରାପଡା ଜିଲ୍ଲାରେ ୦୩ ଜଣ ଆକ୍ରାନ୍ତ ଥିବା ବେଳେ ୦୨ ସୁସ୍ଥ ହୋଇଛନ୍ତି ଜଣେ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ବାଲାଙ୍ଗୀର ଜିଲ୍ଲାରେ ୦୨ ଜଣ ଆକ୍ରାନ୍ତ ଥିବା ବେଳେ ଚିକିତ୍ସିତ ହେଉଛନ୍ତି ଏବଂ୦୨ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ଝାରସୁଗୁଡା ଜିଲ୍ଲାରେ ୦୨ ଜଣ ଆକ୍ରାନ୍ତ ଥିବା ବେଳେ ଚିକିତ୍ସିତ ହେଉଛନ୍ତି ଏବଂ୦୨ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। କେନ୍ଦୁଝର ଜିଲ୍ଲାରେ ୦୨ ଜଣ ଆକ୍ରାନ୍ତ ଥିବା ବେଳେ ଚିକିତ୍ସିତ ହେଉଛନ୍ତି ଏବଂ୦୨ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। କଟକ ଜିଲ୍ଲାରେ ୦୨ ଜଣ ଆକ୍ରାନ୍ତ ଥିବା ବେଳେ ଜଣେ ସୁସ୍ଥ ହୋଇଛନ୍ତି ଜଣେ ସକ୍ରିୟ ଆକ୍ରାନ୍ତ ଅଛନ୍ତି। କଳାହାଣ୍ଡି ଜିଲ୍ଲାରେ ୦୨ ଜଣ ଆକ୍ରାନ୍ତ ଥିବା ବେଳେ ୦୨ ସୁସ୍ଥ ହୋଇଛନ୍ତି। କୋରାପୁଟ ଜିଲ୍ଲାରେ ଜଣେ ଆକ୍ରାନ୍ତ ଥିବା ବେଳେ ଚିକିତ୍ସିତ ହେଉଛନ୍ତି ଏବଂ ଜଣେ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ଦେୂଗଡ଼ ଜିଲ୍ଲାରେ ଜଣେ ଆକ୍ରାନ୍ତ ଥିବା ବେଳେ ଚିକିତ୍ସିତ ହେଉଛନ୍ତି ଏବଂ ଜଣେ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ଢ଼େଙ୍କାନାଳ ଜିଲ୍ଲାରେ ଜଣେ ଆକ୍ରାନ୍ତ ଥିବା ବେଳେ ଜଣେ ସୁସ୍ଥ ହୋଇଛନ୍ତି। ପୁରୀ ଜିଲ୍ଲାରେ ଜଣେ ଆକ୍ରାନ୍ତ ଥିବା ବେଳେ ଜଣେ ସୁସ୍ଥ ହୋଇଛନ୍ତି। ତେବେ ମୋଟ  ୨୧୯ ଜଣ ଆକ୍ରାନ୍ତ ଥିବା ବେଳେ ୬୨ ସୁସ୍ଥ ହୋଇଛନ୍ତି ୧୫୫ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ୦୨ ଜଣଙ୍କର ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.