Home Coronavirus Outbreak ପୁଣି ୬୩ କରୋନା ଆକ୍ରାନ୍ତ – ମୋଟ ଆକ୍ରାନ୍ତ ୧୭୨୩

ପୁଣି ୬୩ କରୋନା ଆକ୍ରାନ୍ତ – ମୋଟ ଆକ୍ରାନ୍ତ ୧୭୨୩

254

ଭୁବନେଶ୍ୱର ୨୯-୫ (ଓଡ଼ିଆ ପୁଅ) : ରାଜ୍ୟରେ ଆଉ ୬୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେଣୁ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩ରେ ପହଞ୍ଚିଛି। ୮୮୭ ଜଣ ସୁସ୍ଥ ହୋଇଛନ୍ତି, ୭ ଜଣଙ୍କ ମୃତ୍ୟୁ ଘଟିଛି। ୮୨୭ଜଣ ଚିକିତ୍ସିତ ହେଉଛନ୍ତି। ୬୩ ଆକ୍ରାନ୍ତଙ୍କ ମଧ୍ୟରୁ ୬୧ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିଲେ। ଆଉ ୨ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ବିଭାଗ ତରଫରୁ କୁହାଯାଇଛି।

ଗଞ୍ଜାମ ଜିଲ୍ଲାରୁ ୪ ଜଣ, ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨ ଜଣ, କଟକ ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ ଜଣ, ଜଗତ୍ସିଂହପୁର ଜିଲ୍ଲାରୁ ୧୧ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ଜଣେ, ଢ଼େଙ୍କାନାଳ ଜିଲ୍ଲାରୁ ୯ ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, କୋରାପୁଟ ଜିଲ୍ଲାରୁ ଜଣେ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ଜଣେ ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.