Odiapua.com

ପୁରୀର ପୂର୍ବତନ ବିଧାୟକ ମହେଶ୍ବର ମହାନ୍ତି ଅସୁସ୍ଥ

ପୁରୀ ୨-୧୧ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ପୁରୀର ପୂର୍ବତନ ବିଧାୟକ ମହେଶ୍ବର ମହାନ୍ତି ଅସୁସ୍ଥ। ଚିକିତ୍ସା ପାଇଁ ଭୁବନେଶ୍ବରରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତେବେ ବ୍ରେନ ଷ୍ଟ୍ରୋକ ଯୋଗୁ ସେ ଅସୁସ୍ଥ ହୋଇ ଚିକିତ୍ସା ହେଉଥିବା ଜଣାପଡିଛି। ତେବେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ରହିଛି। ମାଇଲ୍ଡ ବ୍ରେନ ଷ୍ଟ୍ରୋକ ହୋଇଥିବା ଜଣାପଡ଼ିଛି। ଗତ ୩୧ ତାରିଖ ରାତିରେ ତାଙ୍କର ଷ୍ଟ୍ରୋକ ହୋଇଥଲା। ସେ ସଂଧ୍ୟାରେ ପୁରୀ ସହରରେ ବିଭିନ୍ନ ଅଞ୍ଚଳରେ ଗଜ ଲକ୍ଷ୍ମୀ ପୂଜା କମିଟି ଭ୍ରମଣ କରିଥଲେ। ତେବେ ସେହି ସମୟରେ ସେ ଅସୁସ୍ଥତା ଅନୁଭବ କଲେ। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ସଙ୍ଗେ ସଙ୍ଗେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ରହିଥିଲା ତାଙ୍କ କର୍ମୀ ମହଲରୁ ସୂଚନା ମିଳିଛି। ତାଙ୍କର ସୁସ୍ଥତା ସମସ୍ତେ କାମନା କରୁଛନ୍ତି। ଗତ ୧୯୯୫ ମସିହାରୁ ମହେଶ୍ବର ମହାନ୍ତି ପୁରୀରୁ ବିଧାୟକ ଭାବେ ଲଗାତାର ନିର୍ବାଚିତ ହୋଇ ଆସିଥିଲେ। ତେବେ ଗତ ୨୦୧୯ ବିଧାନସଭା ନିର୍ବାଚନରେ ସେ ବିଜେପି ଠାରୁ ପରାସ୍ତ ହୋଇଥିଲେ। ବିଜେଡି କୁ ସେ ପୁରୀରେ ଏକ ଦୁର୍ଗରେ ପରିଣତ କରିଥଲେ ତାଙ୍କ ସମୟରେ। ପ୍ରଥମେ ସେ ଜନତା ଦଳରୁ ଜିତି ବିଧାୟକ ହୋଇଥିଲେ। ପରେ ସେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହୋଇ ଆସିଥିଲେ। ହେଲେ ୨୦୧୯ ନିର୍ବାଚନ ରେ ପରାସ୍ତ ହେଇଥିଲେ। ପରେ ତାଙ୍କର ଦେହ ସାମାନ୍ୟ ଅସୁସ୍ଥ ରହିଥିଲା। ସେ ପୁରୀ ବିଧାୟକ ହେବା ସହ ରାଜ୍ୟ ସରକାରଙ୍କ ମନ୍ତ୍ରୀ ମଣ୍ଡଳରେ ଆଇନମନ୍ତ୍ରୀ, ପର୍ଯ୍ୟଟନ ମନ୍ତ୍ରୀ ରାଜସ୍ବ ମନ୍ତ୍ରୀ ଏବଂ ବିଧାନସଭା ରେ ବାଚସ୍ପତି ଭାବେ ସଫଳତାର ସହ ନିଜର ଦାୟିତ୍ଵ ନିର୍ବାହ କରିଥିଲେ।