Home ଜିଲ୍ଲା ପରିକ୍ରମା ପୁରୀ : ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ପୁରୀ : ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

36

ପୁରୀ ୦୨.୧୦ (ଓଡ଼ିଆ ପୁଅ) – ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୨ତମ ଓ ଶାନ୍ତି ଦୂତ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ୧୧୭ତମ ଜିଲ୍ଲାସ୍ତରୀୟ ଜୟନ୍ତୀ ସ୍ଥାନୀୟ ଗାନ୍ଧୀଘାଟ ଠାରେ ପାଳିତ ହୋଇଛି। ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ସୁଭାଷ ଚନ୍ଦ୍ର ନାଥଶର୍ମା ମୁଖ୍ୟଅତିଥି ଭାବେ ଯୋଗଦେଇ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଉଭୟ ମହାପୁରୁଷଙ୍କ ଦେଶପ୍ରତି ଥିବା ଅବଦାନ ଉପରେ ଆଲୋକପାତ କରିଥିଲେ। ସର୍ବୋଦୟ ମେଳା କମିଟି ପକ୍ଷରୁ ସର୍ବଧର୍ମ ପ୍ରାର୍ଥନା ସଭା ପରିଚାଳନା କରାଯାଇଥିଲା। ଶ୍ରୀ ଶିବ ପ୍ରାସଦ ମିଶ୍ର, ଶ୍ରୀ ସୁଧାକର ମହାପାତ୍ର, ଶ୍ରୀ ଉମାବଲ୍ଲଭ ମହାପାତ୍ର, ହାଜିଜେ ଆବେଦିନ, ଶିକ୍ଷକ ଶିକ୍ଷୟିତ୍ରୀ, ମହିଳା କୂଟୀର ଶିଳ୍ପର ଅନ୍ତେବାସିନୀ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରାତଃ ସମୟରେ ଜିଲ୍ଲା ସୂଚନା ଓ ଲୋକ ସଂମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ରେକର୍ଡ ମାଧ୍ୟମରେ ସହରରେ ରାମଧୂନ ପରିବେଷଣ କରାଯାଇଥିଲ। ଜିଲ୍ଲା ସଂସ୍କୃତି ପରିଷଦ ଦ୍ବାରା ସିଂହଦ୍ବାରରୁ ଗାନ୍ଧୀଘାଟ ପର୍ଯ୍ୟନ୍ତ ପଦଯାତ୍ରାରେ ଡେଲାଙ୍ଗ ଓ ସାକ୍ଷୀଗୋପାଳର ସଂକୀର୍ତ୍ତନ ଦଳ ସାମିଲ ହୋଇ ଗାନ୍ଧୀ ଭଜନ ପରିବେଷଣ କରିଥିଲେ। ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଶ୍ରୀ ଜିତେନ୍ଦ୍ରିୟ ଜେନା କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.