Odiapua.com

ପୁରୀ ଦଇତାପଡା ସାହିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ – ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର

ପୁରୀ ୧୭-୪ (ଓଡ଼ିଆ ପୁଅ) ପୁରୀ ଦଇତାପଡା ସାହିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। ଗୁରୁତର ଅବସ୍ଥାରେ ଯୁବକଙ୍କୁ ପ୍ରଥମେ ପୁରୀ ଓ ପରେ କଟକ ସ୍ଥାନାନ୍ତର କରାଯାଇଛି।‌ ଗୁରୁତର ଯୁବକ ଦଇତାପଡା ସାହିର ଟିକନ ଶତପଥି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆଜି ଭୋରୁ ଆକ୍ରମଣ ହୋଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ଟାଉନଥାନା ପୋଲିସ ଓ ସାଇଣ୍ଟିଫିକ ଟିମ୍ ପହଞ୍ଚି ତଦନ୍ତ ଚଳାଇଛନ୍ତି।