Home Top News ପୁରୀ ମନ୍ଦିର ଚତୁଃପାର୍ଶ୍ବରେ ଜନ ସମାଗମ ଉପରେ ୧୪୪ ଧାରା ଜାରି – ଏବର୍ଷ ମଧ୍ୟ...

ପୁରୀ ମନ୍ଦିର ଚତୁଃପାର୍ଶ୍ବରେ ଜନ ସମାଗମ ଉପରେ ୧୪୪ ଧାରା ଜାରି – ଏବର୍ଷ ମଧ୍ୟ ମନ୍ଦିର ସମ୍ମୁଖରେ ବଡ଼ବଡ଼ିଆ ଡାକକୁ ନାଁ

18

ପୁରୀ ୩ -୧୧ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ଆସନ୍ତାକାଲି ଅର୍ଥାତ ୪.୧୧.୨୦୨୧ରିଖ ଦିନ ସିଂହଦ୍ବାର ସମ୍ମୁଖରେ କାଉଁରିଆ କାଠି ଜାଳିବା ଉପରେ କଟକଣା ଜାରି କରାଯାଇଛି। ସିଂହଦ୍ବାର ଓ ଏହାର ଚତୁଃପାର୍ଶ୍ବରେ ଜନ ସମାଗମ ଉପରେ ୧୪୪ ଧାରା ଜାରି କରାଯାଇଛି। ଏହି କଟକଣା ଆସନ୍ତାକଲି ପ୍ରାତଃ ୪ ଘଟିକା ସମୟରୁ ମଧ୍ୟରାତ୍ର ପର୍ଯ୍ୟନ୍ତ ବଳବତ୍ତର ରହିବ। କାଉଁରିଆ କାଠି ଜାଳିବା ବେଳେ ପ୍ରବଳ ଜନ ସମାଗମ ହେବା, ପ୍ରଦୂଷଣ ମାତ୍ରା ବୃଦ୍ଧି ଓ କୋଭିଡ କଟକଣା ଉଲ୍ଲଘଂନ ହେବାର ଆଶଙ୍କା ଥିବାରୁ ଏଭଳି ନିଷ୍ପତ୍ତି ଜିଲ୍ଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଛି। ଏ ସଂକ୍ରାନ୍ତରେ ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଆସନ୍ତାକାଲି ସାଧାରଣ ଦର୍ଶନ ବନ୍ଦ ନିମନ୍ତେ ଶ୍ରୀମନ୍ଦିର ବନ୍ଦ ରହିବ। ଉକ୍ତ ସମୟ ମଧ୍ୟରେ ସ୍ଵୀକୃତିପ୍ରାପ୍ତ ବ୍ୟକ୍ତିବିଶେଷଙ୍କୁ ପ୍ରବେଶାନୁମତି ରହିବ। ଜରୁରୀକାଳୀନ ସେବା ପୂର୍ବଭଳି ଜାରି ରହିବ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.