Home ଓଡ଼ିଶା ପୁଲିସ ଇନଫର୍ମର ସନ୍ଦେହରେ ମାଓବାଦୀ ଜଣକୁ ଗୁଳି କରି ହତ୍ୟା କଲେ

ପୁଲିସ ଇନଫର୍ମର ସନ୍ଦେହରେ ମାଓବାଦୀ ଜଣକୁ ଗୁଳି କରି ହତ୍ୟା କଲେ

283

ବାଲିଗୁଡା, ୩-୧ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଲେତିଙ୍ଗିଆ ପଞ୍ଚାୟତ ବୁଡ୍ରୁମାହା ଗ୍ରାମରେ ଶୁକ୍ରବାର ପୁଲିସ ଇନଫର୍ମର ସନ୍ଦେହରେ ମାଓବାଦୀ ଜଣକୁ ଗୁଳି କରି ହତ୍ୟା କରିଛନ୍ତି। ହତ୍ୟାର ଶିକାର ହୋଇଥିବା ବ୍ୟକ୍ତି ଜଣଙ୍କ ହେଲେ ରେବିଙ୍ଗିଆ ପଞ୍ଚାୟତ ମାର୍ଦୋଲ ଗ୍ରାମର ରଞ୍ଜନ ଦିଗାଳ। ଗୁଳିକାଣ୍ଡ ପରେ ଘଟଣାସ୍ଥଳରେ ମାଓବାଦୀ ପୋଷ୍ଟର ଛାଡିବା ସହ ରଞ୍ଜନଙ୍କ ମୃତ ଦେହକୁ ବୁଡ୍ରୁମାହା ବିଦ୍ୟାଳୟ ସମ୍ମୁଖରେ ପକାଇ ଦେଇ ଯାଇଛନ୍ତି। ସୂଚନା ଅନୁସାରେ ଦୀର୍ଘ ଏକ ବର୍ଷ ହେବ ରଞ୍ଜନ ମାଓବାଦୀଙ୍କ ଭୟରେ ନିଜ ଗ୍ରାମ ଛାଡି ଶଶୁର ଘରେ ନିଜ ସ୍ତ୍ରୀ ପାଖରେ ରହୁଥିଲେ। ରଞ୍ଜନଙ୍କ ସ୍ତ୍ରୀ ବୁଡ୍ରୁମାହାର ଅଙ୍ଗନୱାଡି କର୍ମୀ ମିନାକ୍ଷୀ ପ୍ରଧାନ। ଗୁରୁବାର ବିଳମ୍ବିତ ରାତିରେ ସଶସ୍ତ୍ର ମାଓବାଦୀ ପ୍ରାୟ ୭ ରୁ ୮ଜଣ ରଞ୍ଜନ ରହୁଥିବା ଘରେ ପହଞ୍ଚିଥିଲେ। ଘରେ ରଞ୍ଜନଙ୍କ ସ୍ତ୍ରୀଙ୍କ ସମେତ ତାଙ୍କ ଦୁଇ ଶିଶୁ ଏବଂ ଶାଶୁ ଲିସାରା ପ୍ରଧାନ ଥିଲେ। ମାଓବାଦୀମାନେ ପହଞ୍ଚି ତାଙ୍କୁ ଘରୁ ଡାକିଥିଲେ ହେଲେ ଭୟରେ ରଞ୍ଜନ ଓ ପରିବାର ନ ବାହାରିବା ପରେ ମାଓବାଦୀ ଘର ଭାଙ୍ଗି ଭିତରେ ପଶି ରଞ୍ଜନଙ୍କୁ ଗୁଳି କରିବା ସହ ଘୋଷାଡି ଘୋଷାଡି ପ୍ରାୟ ୨୦୦ମିଟର ବିଦ୍ୟାଳୟ ସମ୍ମୁଖରେ ଫିଙ୍ଗି ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ନ ଥିବାବେଳେ ବୁଡ୍ରୁମାହା ସମେତ ସମଗ୍ର ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.