Home ଓଡ଼ିଶା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

127

ଓଡ଼ିଶା ରାଜନୈତିକ କ୍ଷେତ୍ର ପାଇଁ ଅପୂରଣୀୟ କ୍ଷତି – ଧର୍ମେନ୍ଦ୍ର ପ୍ରଧାନ
– ସ୍ବର୍ଗତ ସେଠୀ ଓଡ଼ିଶାର ରାଜନୈତିକ ଓ ସାମାଜିକ ଜୀବନକୁ ଦୀର୍ଘ ବର୍ଷ ଧରି ପ୍ରଭାବିତ କରିଥିଲେ

ଭୁବନେଶ୍ବର, ଜୁନ ୦୮ (ଓଡ଼ିଆ ପୁଅ) – ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ ଶୋକ ବାର୍ତ୍ତାରେ କହିଛନ୍ତି ଯେ ଓଡ଼ିଶାର ରାଜନୈତିକ ଓ ସାମାଜିକ ଜୀବନକୁ ଦୀର୍ଘ ବର୍ଷ ଧରି ପ୍ରଭାବିତ କରିଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କ ବିୟୋଗରେ ମୁଁ ଦୁଃଖିତ ଓ ମର୍ମାହତ। ସେ ୮ ଥର ସାଂସଦ ଓ ୨ ଥର ବିଧାୟକ ଥିଲେ। ଶ୍ରୀ ସେଠୀଙ୍କ ବିୟୋଗ ଓଡ଼ିଶା ରାଜନୈତିକ କ୍ଷେତ୍ର ପାଇଁ ଏକ ଅପୂରଣୀୟ କ୍ଷତି। ଅମରଆତ୍ମାର ସଦଗତି କାମନା କରିବା ସହ ପରିବାର ବର୍ଗକୁ ସାନ୍ତନା ଜଣାଉଛି। ଏହି ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ପରିବାରକୁ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.