Home ଜିଲ୍ଲା ପରିକ୍ରମା ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କ ୮୪ତମ ଜନ୍ମଦିବସରେ ରକ୍ତଦାନ ଶିବିର, ୨୫ ୟୁନିଟ୍ ରକ୍ତ ସଂଗ୍ରହ

ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କ ୮୪ତମ ଜନ୍ମଦିବସରେ ରକ୍ତଦାନ ଶିବିର, ୨୫ ୟୁନିଟ୍ ରକ୍ତ ସଂଗ୍ରହ

2

ଭଦ୍ରକ, ୧୩ା୧୧ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଏହି ଜିଲାର ଧାମନଗର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଜଗନ୍ନାଥ ରାଉତଙ୍କ ୮୪ତମ ଜନ୍ମଦିବସ ଅବସରରେ ଧାମନଗର ବ୍ଲକ କଂଗ୍ରେସ ପକ୍ଷରୁ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ସ୍ଥାନୀୟ ସହିଦ ସ୍ମୃତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆୟୋଜିତ ଏହି ଶିବିରରୁ ମୋଟ ୨୫ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା। କାର୍ଯ୍ୟକ୍ରମର ପ୍ରାରମ୍ଭରେ ଧୁଷୁରୀସ୍ଥିତ ସ୍ୱର୍ଗତ ରାଉତଙ୍କ ପ୍ରତିମୂର୍ତିରେ ଅତିଥି ଓ କଂଗ୍ରେସ କର୍ମୀମାନେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କ ସ୍ମୃତିଚାରଣ କରିଥିଲେ। ଏହି ଅବସରରେ ପ୍ରଦେଶ କଂଗ୍ରେସ କମିଟିର ସଭ୍ୟ ତଥା ସ୍ୱର୍ଗତ ରାଉତଙ୍କ ପୁତ୍ର ଅଭିଷେକ ରାଉତ ଉପସ୍ଥିତ ସମସ୍ତ ଅତିଥିଙ୍କୁ ସ୍ୱାଗତ କରିଥିଲେ। ରକ୍ତଦାନ ଭଳି ମହତ୍ କାର୍ଯ୍ୟ ମାଧ୍ୟମରେ ଜଣେ ଜନନେତାଙ୍କ ଜନ୍ମଦିବସ ପାଳନ କରାଯିବାକୁ ସାଧାରଣରେ ପ୍ରଶଂସା କରାଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.