Home ଜିଲ୍ଲା ପରିକ୍ରମା ପୂର୍ବତନ ମନ୍ତ୍ରୀ ଦିବଂଗତ ବିଜୟଶ୍ରୀଙ୍କ ଜନ୍ମତିଥିରେ ପ୍ରତିଭା ସମ୍ବର୍ଦ୍ଧନା ଉତ୍ସବ ଓ ବନୌଷଧି ଉଦ୍ୟାନ କାର୍ଯ୍ୟକ୍ରମ

ପୂର୍ବତନ ମନ୍ତ୍ରୀ ଦିବଂଗତ ବିଜୟଶ୍ରୀଙ୍କ ଜନ୍ମତିଥିରେ ପ୍ରତିଭା ସମ୍ବର୍ଦ୍ଧନା ଉତ୍ସବ ଓ ବନୌଷଧି ଉଦ୍ୟାନ କାର୍ଯ୍ୟକ୍ରମ

23

ଭଦ୍ରକ, ୨୮ା୭ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଆଜି ବାସୁଦେବପୁର ନିର୍ବାଚନ ମଣ୍ଡଳୀରେ ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ନେତୃତ୍ୱ ଦିବଂଗତ ବିଜୟଶ୍ରୀ ରାଉତରାୟଙ୍କ ପୂଣ୍ୟ ଜନ୍ମ ତିଥିରେ ପ୍ରତିଭା ସମ୍ବର୍ଦ୍ଧନା ଉତ୍ସବ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସମ୍ମିଳନୀ କକ୍ଷରେ ମହାସମାରୋହରେ ପାଳିତ ହୋଇଛି । ଏହି ଉତ୍ସବ ପ୍ରାରମ୍ଭରେ ଉପସ୍ଥିତ ଅତିଥିମାନେ ଦିବଂଗତ ନେତାଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ ପୂର୍ବକ ତାଙ୍କ ଜୀବନାଦର୍ଶ ସଂପର୍କରେ ଆଲୋକପାତ କରିଥିଲେ । ଏଥିରେ ସ୍ୱର୍ଗତଃ ରାଉତରାୟଙ୍କ ସୁପୁତ୍ର ତଥା ସ୍ଥାନୀୟ ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ଭଣ୍ଡାରିପୋଖରୀ ବିଧାୟକଙ୍କ ପ୍ରତିନିଧି ତଥା ରାଜ୍ୟ ବିଜେଡି ସଂପାଦକ ଇଂ ପ୍ରୟାସକାନ୍ତି ସାମଲ, ତିହିଡି ପଂଚାୟତ ସମିତି ଅଧ୍ୟକ୍ଷା ସୁଶ୍ରୀ ବିଦ୍ୟୁତ୍‌ଲତା ନାୟକ, ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ପ୍ରମୁଖ ଯୋଗଦେଇ ଚଳିତ ମାଟ୍ରିକ ପରୀକ୍ଷାରେ ଏ-୧ ଗ୍ରେଡ୍ ପାଇଥିବା ସ୍ଥାନୀୟ ଅଂଚଳର ୨୨ ଜଣ ଛାତ୍ରଛାତ୍ରୀଙ୍କୁ ଉପଢୌକନ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିିତ କରିଥିଲେ । ଯାହା ସ୍ଥାନୀୟ ବୁଦ୍ଧିଜୀବୀ ମହଲରେ ବେଶ୍ ଆଦୃତ ହୋଇଛି । ସେହିଭଳି ବାସୁଦେବପୁରର ସମିଆଁ ଠାରେ ଏକ ବନୌଷଧି ଉଦ୍ୟାନ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା । ଏଥିରେ ଭଦ୍ରକ ବିଧାୟକ ସଂଜୀବ ମଲ୍ଲିକ, ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ଭଣ୍ଡାରିପୋଖରୀ ବିଧାୟକଙ୍କ ପ୍ରତିନିଧି ତଥା ରାଜ୍ୟ ସଂପାଦକ ଇଂ ପ୍ରୟାସକାନ୍ତି ସାମଲ, ଜିଲା ବିଜେଡି ସଭାପତି ଜଗନ୍ନାଥ ସ୍ୱାଇଁ, ଜିଲା ପରିଷଦ ଅଧ୍ୟକ୍ଷ ଦ୍ୱିଜବର ରାଉତ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.