Home ଜିଲ୍ଲା ପରିକ୍ରମା ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳୀ

ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳୀ

106

ତାଳଚେର,୧/୯(ଓଡ଼ିଆ ପୁଅ/ଅଜିତ କୁମାର ବେହେରା): ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ଏଆଇସିଡ୍ଲୁ(ଅଲ୍ ଇଣ୍ଡିଆ କଂଗ୍ରେସ ୱାକର୍ସ) ପକ୍ଷରୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳୀ ପ୍ରଦାନ କରାଯାଇଛି । ତାଳଚେର ସାଉଥବଲଣ୍ଡାସ୍ଥିତ ହ୍ୟୁମାନ ରାଇଟସ୍ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଏଆଇସିଡ୍ଲୁର ଜିଲ୍ଲା ସଭାପତି ବୀରବର ସାହୁ ଅଧ୍ୟକ୍ଷତା କରିଥିଲେ । ଏହି ଅବସରରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ସହ ପ୍ରଦୀପ ପ୍ରଜ୍ଜଳନ କରି ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । କାର୍ଯ୍ୟକ୍ରମରେ ଦିଲ୍ଲୀପ ଭୁକ୍ତା,କୁନୁ ମାହାନ୍ତ,ଦିଲ୍ଲୀପ ସିଂହ,ବିଷ୍ଣୁ ସାହୁ,ବିଦ୍ୟାଧର ତ୍ରିପାଠୀ ପ୍ରମୁଖ ଯୋଗ ଦେଇଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.