Home ଜିଲ୍ଲା ପରିକ୍ରମା ପୁରୀ ପୋଲିସ ପ୍ରଶାସନ ପକ୍ଷରୁ ୮୭ ତମ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳିତ

ପୁରୀ ପୋଲିସ ପ୍ରଶାସନ ପକ୍ଷରୁ ୮୭ ତମ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳିତ

24

ପୁରୀ ୧-୪ (ଓଡ଼ିଆ ପୁଅ) ପୁରୀ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ୮୭ ତମ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ରିଜର୍ଭ ପୋଲିସ ପଡିଆ ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆରକ୍ଷୀ ଅଧିକ୍ଷକ କେ ବିଶାଳ ସିଂ ଯୋଗଦେଇ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରିଥିଲେ। ତେବେ ଯେତେ ବାଧାବିଘ୍ନ ଆସୁ ପଛେ ଦେଶ ପ୍ରତି ଉତ୍ସର୍ଗୀକୃତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ ଆରକ୍ଷୀ ଅଧିକ୍ଷକ। ଏହି ଅବସରରେ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ପୋଲିସ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ସମ୍ବର୍ଦ୍ଧିତ ମଧ୍ୟ କରାଯାଇଥିଲା।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.