Home Top News ପ୍ରଥମ ରଥଯାତ୍ରା ସମନ୍ୱୟ ବୈଠକ

ପ୍ରଥମ ରଥଯାତ୍ରା ସମନ୍ୱୟ ବୈଠକ

63

ପୁରୀ ୨୩ -୫ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ପୁରୀ ରଥଯାତ୍ରା ସମନ୍ୱୟ କମିଟିର ପ୍ରଥମ ବୈଠକ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ପୌରସଦନରେ ଅନୁଷ୍ଠିତ ହୋଇଯାଇଛି। ଦୀର୍ଘ ଦୁଇ ବର୍ଷପରେ ଭକ୍ତଙ୍କ ଗହଣରେ ରଥଯାତ୍ରା ଅନୁଷ୍ଠିତ ହେଉଥିବା ବେଳେ ଏହାର ସଫଳତା ପାଇଁ ସେ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ବୈଠକରେ ରଥକାଠ ଯୋଗାଣ ରଥ ନିର୍ମାଣ ନୀତି ସମ୍ପାଦନ ସ୍ୱାସ୍ଥ୍ୟ ଓ ପରିମଳ, ପାନୀୟ ଜଳ ଯୋଗାଣ, ବିଦ୍ୟୁତ୍ ଯୋଗାଣ, ପରିବହନ ବ୍ୟବସ୍ଥା, ସୂଚନା ଓ ପ୍ରସାରଣ, ପ୍ରଦର୍ଶନୀ, ଓ ଅନ୍ୟାନ୍ୟ ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଥିଲା। ବୈଠକରେ ଜିଲ୍ଲାପାଳ ସମର୍ଥ ବର୍ମା, ଆଇଜି ନରସିଂହ ଭୋଳ, ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ, ସଂସ୍କୃତି ନିର୍ଦ୍ଦେଶକ, ବିଭାଗୀୟ ଅଧିକାରୀ, ସେବାୟତ ପ୍ରଦିନିଧି ଓ ଗଣମାଧ୍ୟମ ପ୍ରତିନିଧି ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.