Home ଓଡ଼ିଶା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍ ଙ୍କୁ ବାଲୁକା କଳାରେ ଶ୍ରଦ୍ଧାଞ୍ଜଳି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍ ଙ୍କୁ ବାଲୁକା କଳାରେ ଶ୍ରଦ୍ଧାଞ୍ଜଳି

85

ପୁରୀ ୩୦-୧୨ (ଓଡ଼ିଆ ପୁଅ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍ ଙ୍କ ଦେହାନ୍ତ ହୋଇଛି। ଏ ନେଇ ସାରା ଦେଶରେ ଶୋକର ଛାୟା ଖେଳି ଯାଇଛି। ଏହି ଅବସରରେ ବାଲୁକା ଚିତ୍ର ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ନିଜର ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ପୁରୀ ନିଳାଦ୍ରୀ ବିଚ୍ ରେ ଏ ନେଇ ଏକ ବାଲୁକା ଚିତ୍ର କଳା କରି ନିଜର ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ମା ହିରାବେନ୍ ଙ୍କ ପ୍ରତିକୃତି କୁ ବାଲୁକା ଚିତ୍ରକଳାରେ ସ୍ଥାନ ଦିଆଯାଇଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥ ଅମର ଆତ୍ମା ର ସଦଗତୀ କରିବା ସହ ପ୍ରଧାନ ମନ୍ତ୍ରୀ ମୋଦି ଙ୍କୁ ଏହି ଦୁଃଖ ସମୟ ରେ ସାହସ ଓ ଶକ୍ତି ଦେବାକୁ ପ୍ରାର୍ଥନା କରଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.