ଭୁବନେଶ୍ୱର ୧୪ -୧୦ (ଓଡ଼ିଆ ପୁଅ) ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହୋଇଛି।
ଏହା ଆଗାମୀ ୨୪ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳ ଦେଇ ଗତି କରିବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ରାଜ୍ୟରେ ୧୬ ଏବଂ ୧୭ରେ କିଛି ଜିଲ୍ଲାରେ ପ୍ରବଳବର୍ଷା ସମ୍ଭାବନା ଥିବା ଭୁବନେଶ୍ୱର ପାଣିପାଗ କେନ୍ଦ୍ର ସୂଚନା ଦେଇଛି।