Home Top News ବଙ୍ଗୋପ ସାଗରରେ ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର : ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷିବ

ବଙ୍ଗୋପ ସାଗରରେ ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର : ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷିବ

232

ଭୁବନେଶ୍ୱର ୮-୯ (ଓଡ଼ିଆ ପୁଅ) ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଫଳରେ ସୃଷ୍ଟି ହୋଇଛି ଏକ ଲଘୁ ଚାପ କ୍ଷେତ୍ର। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳବର୍ତ୍ତୀ ପଶ୍ଚିମବଙ୍ଗୋପ ସାଗରରେ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ଅଛି।

ଏହାର ପ୍ରଭାବରେ ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ତେଣୁ ଏହି ଜିଲ୍ଲା ଗୁଡ଼ିକୁ ୱେଲୋ ୱାର୍ଣ୍ଣିଂ ଜାରୀ କରାଯାଇଛି।

ଆସନ୍ତା କାଲି ସକାଳଠାରୁ କୋରାପୁଟ, କନ୍ଧମାଳ, ଗଜପତି ଏବଂ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲା ଗୁଡ଼ିକୁ ୱେଲୋ ୱାର୍ଣ୍ଣିଂ ଜାରୀ କରାଯାଇଛି।

ଏତଦ୍ ବ୍ୟତୀତ କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଏବଂ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ପାଣିପାଗ ବିଭାଗ ଚେତାବନୀ ଦେଇଛି।

ସେହିପରି ଆସନ୍ତା ୧୦ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼ ଏବଂ ପୁରୀ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷାହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣି ଜାରୀ କରାଯାଇଛି। ଏହାର ପ୍ରଭାବରେ ଏହା ଦୁର୍ବଳ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହୋଇପାରେ ତଥା ତଳିଆ ଅଞ୍ଚଳ ଅସ୍ଥାୟୀ ଭାବରେ ଜଳମଗ୍ନ ହେବାର ସମ୍ଭାବନା ରହିଛି। ସହରାଞ୍ଚଳରେ ଟ୍ରାଫିକ୍ ସମସ୍ୟା ହେବାସହ କଚ୍ଚା ଘରଗୁଡିକୁ କିଛି କ୍ଷତି ହୋଇପାରେ ବୋଲି ଚେତାବନୀ ଦିଆଯାଇଛି।

ସେହିପରି ୧୧ ତାରିଖ ଦିନ ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, ଝାରସୁଗୁଡ଼ା ଏବଂ କଟକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣି ଜାରୀ କରାଯାଇଛି।

ଳଘୁଚାପ କାରଣରୁ ପବନର ବେଗ ୪୫ ରୁ ୫୫ କିଲୋମିଟର ରହିବ।

ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମିଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି। ଅତଏବ ଆସନ୍ତାକାଲିଠୁ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭାନ୍ନ ଜିଲ୍ଲା ବିଶେଷକରି ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ପୁରୀ, ଖୋର୍ଦ୍ଧା, ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଅତିପ୍ରବଳ ବର୍ଷା ପ୍ରଭାବରେ ଉକ୍ତ ଜିଲ୍ଲାଗୁଡ଼ିକରେ ପାହାଡ଼ ଧସିବା ସହ ତଳିଆ ଅଞ୍ଚଳରେ ପାଣି ଜମିବା, କଚ୍ଚା ରାସ୍ତା ଓ ଘର ଭାଙ୍ଗିବା ପରି ସମସ୍ୟା ଉପୁଜିପାରେ। ବର୍ଷା ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.