ଭଦ୍ରକ, ୨୨ା୭ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକରେ ବଜ୍ରାଘାତରେ ୩ ଜଣ ଗୁରୁତର ହୋଇଛନ୍ତି। ୨ ଗୁରୁତର ଧାମନଗର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିବାବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ ଯେ ଆଜି ମଧ୍ୟାହ୍ନରେ ବିଜୁ ଘଡଘଡି ସହ ପ୍ରବଳ ବର୍ଷା ଆରମ୍ଭ ହୋଇଥିଲା। ଧାମନଗର ଥାନା ଅନ୍ତର୍ଗତ ନନ୍ଦିପୁର ଗ୍ରାମର ତିନି ଜଣ ବିଲରେ କାମ କରୁଥିବା ସମୟରେ ବଜ୍ରପାତ ଘଟିଥିଲା। ସେହି ଜମିରେ ହିଁ ୩ ଜଣ ଟଳି ପଡିଥିଲେ। ସ୍ଥାନୀୟ ଲୋକ ଉଦ୍ଧାର କରି ପ୍ରଥମେ ଧାମନଗର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେମାନଙ୍କ ମଧ୍ୟରୁ ପ୍ରଭାକର ସାହୁଙ୍କ ଅବସ୍ଥା ଗୁରୁତର ହେବାରୁ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟ ଦୁଇଜଣ ଅନିରୁଦ୍ଧ ବେହେରା ଓ ପ୍ରଶାନ୍ତ ନାୟକ ଧାମନଗର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡିଛି।
ବଜ୍ରାଘାତରେ ବିଲରେ ଟଳିପଡିଲେ ୩ ଜଣ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
Lightning