Odiapua.com

ବଡ଼ବିଲ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ୨୯ତମ ବାର୍ଷିକ ଉତ୍ସବ

ବଡ଼ବିଲ ,ତା ୧୭ ଜାନୁଆରୀ (ଓଡ଼ିଆ ପୁଅ/ସୀତାରାମ ଦୀକ୍ଷିତ) କେନ୍ଦୁଝର ଜିଲ୍ଲା ବଡ଼ବିଲ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୯ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଚନ୍ଦ୍ରଗୁପ୍ତ ପ୍ରସାଦଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝି, ମୁଖ୍ୟ ବକ୍ତା ଭାବେ ଶୃତିର ସମ୍ପାଦକ ସର୍ବେଶ୍ୱର ମିଶ୍ର, ସମ୍ମାନିତ ଅତିଥି ଭାବେ ବଡ଼ବିଲ ତହସିଲଦାର କ୍ଷୀରୋଦ କୁମାର ବେହେରା, ଖଗେଶ୍ବର ମହାନ୍ତ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କ ଜୀବନ ଗଠନ ଉପରେ ପରାମର୍ଶ ଦେଇଥିଲେ । ଏଥିସହ ବଡ଼ବିଲ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ପ୍ରଧାନ ଗୁରୁଜୀ ଡମ୍ବରୁଧର ମହାନ୍ତ ଅତିଥି ପରିଚୟ ପ୍ରଦାନ କରିବା ସହ ସ୍ୱାଗତ ଭାଷଣ ଦେଇଥିଲେ ।

ଏହି ଅବସରରେ ବଡ଼ବିଲ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ବାର୍ଷିକ ମୁଖପତ୍ର “କସ୍ତୁରୀ” ଉନ୍ମୋଚନ କରାଯାଇଥିଲା । ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ବଡ଼ବିଲ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଗୁରୁମା ନନ୍ଦିନୀ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ । ଏଥିସହ ବିଦ୍ୟାଳୟର ସମସ୍ତ ଗୁରୁଜୀ ଓ ଗୁରୁମା, ବିଦ୍ୟାଳୟର ପରିଚାଳନା କମିଟିର ସମସ୍ତ ସଦସ୍ୟ ମାନେ ଉପସ୍ଥିତ ରହିବା ସହ ସହଯୋଗ କରିଥିଲେ । ଶେଷରେ ଛାତ୍ରଛାତ୍ରୀଙ୍କ ଲୁକ୍କାୟିତ ପ୍ରତିଭାକୁ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ପରିବେଷଣ କରାଯାଇଥିଲା ।