Odiapua.com

ବନ୍ତରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି

ଭଦ୍ରକ, ୮ା୬ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକର ବ୍ଳକ ପଂଚାୟତ ସମିତି ସମ୍ମିଳନୀ କକ୍ଷ ପରିସରଠାରେ ଆଜି ଜିଲ୍ଲାପାଳକଂ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଶୁଣାଣିରେ ମୋଟ ୯୮ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିରୁ ୬୮ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଥିବାବେଳେ ୨୭ଟି ଗ୍ରାମୀଣ ସମସ୍ୟା ସମ୍ବନ୍ଧୀୟ ଓ ରେଡ କ୍ରଶ ଅଧିନସ୍ଥ ୩ଟି ଅଭିଯୋଗ ରହିଥିଲା। ଜିଲ୍ଲା ରେଡକ୍ରସ ପାଣ୍ଠି ମାଧ୍ୟମରେ ୩ ଜଣ ଅଭିଯୋଗକାରୀଙ୍କୁ ମୋଟ ୯,୦୦୦/- ଟଙ୍କା ମଞ୍ଜୁର କରାଯାଇଛି। ଏହି ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ, ଆରକ୍ଷୀ ଅଧୀକ୍ଷକ ମନୋଜ ରାଉତ , ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶୁଭେନ୍ଦ୍ର ସାମଲ, ଉପ ଜିଲ୍ଲାପାଳ ସୌରଭ ଚକ୍ରବର୍ତୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଶ୍ରୀ ପ୍ରମୋଦ ପ୍ରହରାଜ, ବ୍ଲକ ଉନ୍ନୟନ ଅଧିକାରୀ ଶିତାକାନ୍ତ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।