Home ଜିଲ୍ଲା ପରିକ୍ରମା ବନ୍ତ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ

ବନ୍ତ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ

21

ଭଦ୍ରକ, ୧୮ା୧୦ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଜିଲା ବନ୍ତ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଆଜି ରାମଚନ୍ଦ୍ର ନୋଡାଲ ସାନବର୍ଚ୍ଚିକୟାଁ ଠାରେ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଆର୍‌ସିସି ହରେକୃଷ୍ଣ ଆପଟ୍ଟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମକୁ ବିଧାୟକ ପ୍ରଫୁଲ୍ଲ ସାମଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ ବିଇଓ ମଞ୍ଜୁଳାବାଳା ନାୟକ ଅଧ୍ୟକ୍ଷତା କରିଥିଲା ବେଳେ ମୁଖ୍ୟବକ୍ତା ଭାବେ ବନ୍ତ ବ୍ଲକ ବିଡିଓ ପ୍ରଦୀପ କୁମାର ସେଠୀ, ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷ ମନୋରଞ୍ଜନ ଘଡେଇ, ଓଷ୍ଟାର ବ୍ଲକ୍ ସମ୍ପାଦକ ତଥା ଜାତୀୟ ପୁରସ୍କୃତ ଶିକ୍ଷକ ଶଶୀଶେଖର କରଶର୍ମା, ପ୍ରାକ୍ତନ ସରପଞ୍ଚ ପୂର୍ଣ୍ଣଚନ୍ଦ୍ର ରାଉତ, ସ୍ଥାନୀୟ ସରପଞ୍ଚ ପ୍ରିୟଙ୍କା ପ୍ରିୟଦର୍ଶନୀ ଦାସ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସନାତନ ଦାସ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ରଞ୍ଜନ କୁମାର ଦାସ ଯୋଗଦେଇ ସୁରଭି କାର୍ଯ୍ୟକ୍ରମର ଆବଶ୍ୟକତା ଓ ଉପକାରିତା ସମ୍ପର୍କରେ ସୁଚିନ୍ତିତ ମତାମତ ଦେଇଥିଲେ ।

ମହତାବ ମଇ ବିଦ୍ୟାଳୟର ପ୍ରଧାନଶିକ୍ଷକ ରମାକାନ୍ତ ଜେନା କାର୍ଯ୍ୟକ୍ରମ ସଂଯୋଜନା କରିଥିଲା ବେଳେ ପ୍ରାକ୍ତନ ସିଆର୍‌ସିସି ସୁକାନ୍ତ କୁମାର ବେହେରା ଅତିଥି ପରିଚୟ ଓ ବିଆର୍‌ସିସି ହରେକୃଷ୍ଣ ଆପଟ୍ଟ ଉଦେଶ୍ୟ ଜ୍ଞାପନ କରିଥିଲେ । ବ୍ଲକ୍‌ରୁ ବିଭିନ୍ନ ବିଦ୍ୟାଳୟର ଛାତ୍ର ଛାତ୍ରୀମାନଙ୍କ ମଧ୍ୟରେ ଉଭୟ ବରିଷ୍ଠ ଓ କନିଷ୍ଠ ବିଭାଗରେ ନୃତ୍ୟ, ସଂଗୀତ, ପ୍ରବନ୍ଧଲିଖନ, ତର୍କ ଓ ଚିତ୍ରାଙ୍କନ ଆଦି ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା । ଦକ୍ଷ ବିଚାରକ ମଣ୍ଡଳୀ ଦ୍ୱାରା ମୂଲ୍ୟାଙ୍କନ କରାଯାଇ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଦ୍ୱିତୀୟାର୍ଦ୍ଧରେ ଆୟୋଜିତ ପୁରସ୍କାର ବିତରଣୀ ଉତ୍ସବରେ ବିଇଓ ମଞ୍ଜୁଳାବାଳା ନାୟକ ଅଧ୍ୟକ୍ଷତା କରିଥିଲା ବେଳେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ତହସିଲଦାର ଅଙ୍କିତା ବାରିକ, ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ଶିକ୍ଷକ ହରିହର ପାଣିଗ୍ରାହୀ, ସମ୍ମାନୀତ ଅତିଥି ଭାବେ ଏବିଇଓ ପ୍ରମୋଦ କୁମାର ପଣ୍ଡା, ସ୍ଥାନୀୟ ସମିତିସଭ୍ୟା ଚପଳା ଜେନା, ସିଆର୍‌ସିସି ଜଗତଜୀବନ ଜେନା ପ୍ରମୁଖ ଯୋଗଦେଇ ସୁରଭି କାର୍ଯ୍ୟକ୍ରମ ମାଧ୍ୟମରେ କୋମଳମତୀ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ସୁପ୍ତ ଅବସ୍ଥାରେ ଥିବା ସୃଜନୀ ଶକ୍ତିକୁ ପ୍ରକାଶ କରାଯିବା ସହ ପ୍ରତିଭାର ଉନ୍ମୋଚନ କରାଯାଇପାରିବ ବୋଲି ପ୍ରକାଶ କରିଥିଲେ । ଏହି ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ର ଛାତ୍ରୀମାନେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିଲେ । ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ, ସମସ୍ତ ସିଆର୍‌ସିସି, ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ ସଭ୍ୟାମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.