Odiapua.com

ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲାର ସବୁ ସ୍କୁଲ ବନ୍ଦ କଲେ ଜିଲାପାଳ

ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲାର ସବୁ ସ୍କୁଲ ବନ୍ଦ କଲେ ଜିଲାପାଳ
ଭଦ୍ରକ, ୨ା୮ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଲଗାଣ ବର୍ଷା ଓ ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଆଜି ମଧ୍ୟାହ୍ନ ଭୋଜନ ପରଠାରୁ ସ୍କୁଲଗୁଡିକୁ ଗୁଡିକୁ ବନ୍ଦ କରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଏହି ନିର୍ଦ୍ଦେଶ ଅନୁଯାୟୀ ଭାରପ୍ରାପ୍ତ ଜିଲା ଶିକ୍ଷାଧିକାରୀ ଦୀପକ ପାଢୀ ପ୍ରଶାସନର ଏହି ନିଷ୍ପତ୍ତିକୁ କାର୍ଯ୍ୟକାରୀ କରିବା ପାଇଁ ସରକାରୀ ଓ ବେସରକାରୀ ସ୍କୁଲର କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଅଙ୍ଗନୱାଡି କେନ୍ଦ୍ର ଗୁଡିକୁ ମଧ୍ୟ ଏହି ଜିଲାପାଳଙ୍କ ନିର୍ଦ୍ଦେଶନାମା ଜାରି କରାଯାଇଛି । ତେବେ ଆସନ୍ତାକାଲିର ପ୍ରତିକୂଳକ ପାଗକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ ବୋଲି ସୂଚନା ମିଳିଛି ।