ଭଦ୍ରକ, ୨୭ା୨ (ଓଡିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବରପଦା ଉପ ଖଣ୍ଡ ମେଡ଼ିକାଲ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ରୋଗୀ କଲ୍ୟାଣ ସମିତି ବୈଠକରେ ସାମିଲ ହୋଇ ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ଦିଗରେ ଆଲୋଚନା କଲେ ଭଦ୍ରକ ବିଧାୟକ ସିତାଂଶୁ ଶେଖର ମହାପାତ୍ର । ଏହି ଅବସରରେ ସ୍ୱାସ୍ଥ୍ୟ ସେବା କିପରି ସରଳ ହେବ ଏବଂ ଉନ୍ନତ ମାନର ସ୍ୱାସ୍ଥ୍ୟ ସେବା ସମାଜର ଅନ୍ତିମ ପଂକ୍ତିରେ ଥିବା ସାଧାରଣ ଜନତାଙ୍କ ପାଇଁ ଉପଲବ୍ଧ ହେବ ସେଥିପାଇଁ ସମସ୍ତେ ମିଳିମିଶି କାମ କରିବା ପାଇଁ ଆହ୍ୱାନ ଦେଇଥିଲେ।