କଟକ ୯ା୨(ଓଡିଆ ପୁଅ/ବିରଞ୍ଚିନାରାୟଣ ପତ୍ରୀ ) ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ସୋମବାର ବରିଷ୍ଠ ଆଇନଜୀବୀ ସଞ୍ଜୀବ କୁମାର ପାଣିଗ୍ରାହୀ ଶପଥ ଗ୍ରହଣ କରିବେ। ଓଡ଼ିଶା ହାଇକୋର୍ଟର କାର୍ୟ୍ୟକାରୀ ମୁଖ୍ୟ ବିଚାରପତି କୁମାରୀ ଜଷ୍ଟିସ ସଞ୍ଜୁ ପଣ୍ଡା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଗତ ଶୁକ୍ରବାର ସଞ୍ଜୀବ କୁମାର ପାଣିଗ୍ରାହୀଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ମିଳିଥିଲା।
ବିଚାରପତି ଭାବେ ତାଙ୍କ ନିଯୁକ୍ତିକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅନୁମୋଦନ କରିଥିଲେ। ଏନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ସୁପ୍ରମିକୋର୍ଟରେ ଓଡ଼ିଶା ସରକାରଙ୍କ ମାମଲା ପରିଚାଳନା କରୁଥିବା ଶ୍ରୀ ପାଣିଗ୍ରାହୀଙ୍କ ନିଯୁକ୍ତି ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୧୫ରେ ପହଞ୍ଚିବ।