Odiapua.com

ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଶତପଥୀଙ୍କ ପରଲୋକ

ଭୁବନେଶ୍ବର ୯/୯,(ଓଡ଼ିଆ ପୁଅ ପି ନାଏକ): ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଶତପଥୀ ଆଉ ନାହାନ୍ତି । ରବିବାର ବିଳମ୍ବିତ ରାତିରେ ତାଙ୍କର ପରଲୋକ ଘଟିଥିବା ଜଣା ପଡିଛି । ସେ ବିଜନେସ ଷ୍ଟଣ୍ଡାର୍ଡର ରେସିଡେଣ୍ଟ ଏଡିଟର ଭାବେ କାର୍ଯ୍ୟ କରୁଥିଲେ । ଜଣେ ବରିଷ୍ଠ ଗଣମାଧ୍ୟମ ବ୍ୟକ୍ତିତ୍ବ ଭାବେ ସେ ବିଭିନ୍ନ ଟେଲିଭିଜନ ଚାନେଲରେ ଅର୍ଥନୀତି ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗରେ ଆଲୋଚନାରେ ଭାଗନେଇ ବଳିଷ୍ଠ ଯୁକ୍ତି ଉପସ୍ଥାପନ କରୁଥିଲେ । ଅର୍ଥନୀତି ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗରେ ଲେଖା ଲେଖି ସେ ବେଶ ସୁନାମ ଅର୍ଜନ କରିଥିଲେ । ତାଙ୍କ ବିୟୋଗରେ ସାମ୍ବାଦିକ ମହଲ ତଥା ଅନ୍ୟମାନଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି ।କାଲି ସନ୍ଧ୍ୟାରେ ତାଙ୍କୁ ହଠାତ୍ ହୃଦଘାତ ହୋଇଥଲା। ତା‘ପରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷିତ କରିଥିଲେ। ପୂର୍ବରୁ ସେ କ୍ୟାନସର ରୋଗରେ ମଧ୍ୟ ପୀଡ଼ିତ ଥିଲେ। ତାଙ୍କ ବିୟୋଗରେ ସାମ୍ବାଦିକ ମହଲ ତଥା ଅନ୍ୟମାନଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି ।