ଭୁବନେଶ୍ବର ୨୯-୫ (ଓଡ଼ିଆ ପୁଅ) ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।
ତାଙ୍କ ଶୋକବାର୍ତାରେ, ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ଵର୍ଗତ ଦାସ ଜଣେ ସ୍ତମ୍ଭକାର ତଥା ରାଜନୈତିକ ବିଶ୍ଳେଷକ ଭାବରେ ସୁନାମ କରିଥିଲେ ।ଅଦ୍ଧଶତାବ୍ଦୀ ରୁ ଅଧିକ ସମୟ ଧରି ସେ ସାମ୍ବାଦିକତା ବୃତ୍ତି ରେ ସକ୍ରିୟ ରହିଥିଲେ। ।ସାହିତ୍ୟ ଓ ସାମ୍ବାଦିକତା ଷେତ୍ରରେ ତାଙ୍କର ଅବଦାନ ପାଇଁ ସେ ସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ ଗତି କାମନା କରିଛନ୍ତି।








